Posted inଜାତୀୟ

ବିମାନ ବନ୍ଦରରେ ଆରମ୍ଭ ହେଲା ରାଣ୍ଡମ ଟେଷ୍ଟ: ମଙ୍ଗଳବାରରୁ ହସ୍ପିଟାଲରେ ‘ମକ୍‌ ଡ୍ରିଲ୍‌’

ନୂଆଦିଲ୍ଲୀ,୨୬।୧୨: ଚାଇନାରେ କରୋନା ଭାଇରସ୍‌ ତାଣ୍ଡବ ରଚିବାରେ ଲାଗିଛି। ଉକ୍ତ ଦେଶରେ ଲଗାତର ଭାବେ ପଜିଟିଭ୍‌ ମାମଲା ବୃଦ୍ଧି ପାଇବା ସହ ମୃତକଙ୍କ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଚାଇନାର ପରିସ୍ଥିତିକୁ ଦେଖି ଭାରତ ସରକାର ମଧ୍ୟ ସର୍ତକ ରହିବା ସହ ସଜାଗ ହୋଇଯାଇଛନ୍ତି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ, ଭାରତରେ କୋଭିଡକୁ ନେଇ ସମସ୍ତ ପ୍ରସ୍ତୁତିକୁ ମଜଭୁତ କରାଯାଉଛି। ଏଥିସହ ବିମାନ ବନ୍ଦରରେ ବିଦେଶରୁ ଆସୁଥିବା ଲୋକଙ୍କ ନମୁନା ସଂଗ୍ରହ କରାଯାଉଛି। ଯାହା ଦ୍ୱାରା ଯଦି ଜଣେ ବ୍ୟକ୍ତି କରୋନାରେ ସଂକ୍ରମିତ ହୁଅନ୍ତି, ତେବେ ତାଙ୍କୁ ଠିକ୍‌ ସମୟରେ କ୍ୱାରାଣ୍ଟାଇନ୍‌ କରାଯାଇପାରିବ। ଅନ୍ୟପଟେ ବିଭିନ୍ନ ବିମାନ ବନ୍ଦରରେ କରୋନାର ରାଣ୍ଡମ ଟେଷ୍ଟ କରାଯାଉଛି ବୋଲି ସୋମବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଟୁଇଟରରେ ସୂଚନା ଦେଇଛନ୍ତି। ସେ ଟୁଇଟରରେ କେତେକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ବିମାନ ବନ୍ଦରରେ କରୋନାର ରାଣ୍ଡମ ଯାଞ୍ଚ ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି। ବିମାନବନ୍ଦର କର୍ତ୍ତୃପକ୍ଷ ମଧ୍ୟ ସରକାରଙ୍କ ନିର୍ଦ୍ଦେଶ ପାଳନ କରୁଥିବା ଦେଖାଯାଉଛି। ସେହିପରି ମଙ୍ଗଳବାରରୁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ହସ୍ପିଟାଲରେ ‘ମକ୍‌ ଡ୍ରିଲ୍‌’ କରାଯିବ। ଏହାଦ୍ୱାରା ସମସ୍ତ ଜିଲାରେ ସ୍ବାସ୍ଥ୍ୟ ସୁବିଧା ଉବଲବ୍ଧତା, କ୍ୱାରାଣ୍ଟାଇନ୍‌ ଶଯ୍ୟା କ୍ଷମତା, ଅକ୍ସିଜେନ୍‌ ସୁବିଧା, ଆଇସିୟୁ ଶଯ୍ୟା ଏବଂ ଭେଣ୍ଟିଲେଟର ଶଯ୍ୟା ସହିତ ଜିଲାରେ ଡାକ୍ତର ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉବଲବ୍ଧତା ଉପରେ ଧ୍ୟାନ ଦିଆଯିବ। ସୂଚନାଯୋଗ୍ୟ, ନିକଟରେ ମାଲେସିଆର କୁଆଲାଲମ୍ପୁରର ଜଣେ ମହିଳା କୋଲକାତା ବିମାନବନ୍ଦରରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଉକ୍ତ ୩୮ବର୍ଷିୟା ମହିଳାଙ୍କୁ ବେଲେଘାଟା ଆଇଡିରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri