ନବୀନଙ୍କୁ ରାଜାଙ୍କ ଚିଠି, ହାଇଜ୍ୟାକ୍‌ କଥା କହି ତେରେଛା ବାଣ ମାରିଲେ ଦେବୀ

ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ନେତାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମତାନ୍ତର ଦେଖିବାକୁ ମିଳୁଛି। ୱାକଫ୍‌ ବିଲ୍‌ ପ୍ରସଙ୍ଗରେ ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ନେତା ତଥା ଆଠଗଡ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଚିଠି ଲେଖି କିଛି ପ୍ରସ୍ତାବ ଦେଇଛନ୍ତି। ଯାହାକୁ ନେଇ ଜବାବ ଦେଇଛନ୍ତି ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର।

ଦେବୀ ପରୋକ୍ଷରେ ରାଜାଙ୍କୁ ତେରେଛା ବାଣ ମାରି କହିଛନ୍ତି, ”ହାଇଜ୍ୟାକ୍‌ କଥା ସେ ଭଲସେ ବୁଝେଇ ପାରିବେ, ହାଇଜାକ କଥା ବେଶି ଜାଣିଥିବେ, ତାଙ୍କର ସେ ବିଷୟରେ ଉପଲବ୍ଧି ଥିବ। ଏହାସହିତ ଆଗରୁ କିଏ ହାଇଜାକ କରିଦେଇଛି କି ଦେବୀ ପ୍ରଶ୍ନ କରିଥିଲେ ଏବଂ କହିଥିଲେ ଆମେ ନଈ ନ ଦେଖୁଣୁ କାହିଁକି ଲଙ୍ଗଳା ହେବା। ସଂଗଠନରେ ସମସ୍ତଙ୍କୁ ନେଇ ଚାଲୁଛୁ, ସବୁ ବର୍ଗଙ୍କୁ କାମ ଦେଉଛୁ।”

ପୂର୍ବରୁ ମୁଖିଆ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ସଂଗଠନରେ ସଂରକ୍ଷଣ ନେଇ ନବୀନଙ୍କୁ ପ୍ରସ୍ତାବ ଦେଇଛନ୍ତି ରାଜା। ବିଜେଡି ସାମାଜିକ ନ୍ୟାୟ, ଧର୍ମ ନିରପେକ୍ଷତା, ଆଞ୍ଚଳିକ ସନ୍ତୁଳନକୁ ନେଇ ବଢ଼ୁ, ଏସସି,ଏସ୍‌ଟି, ମହିଳାଙ୍କୁ ସଂଖ୍ୟା ଅନୁପାତରେ ବିଜେଡିରେ ସ୍ଥାନ ମିଳୁ ବୋଲି ସେ କହିଛନ୍ତି। ତେଣୁ କିଛି ଲୋକଙ୍କୁ ଦଳର ସଂଗଠନକୁ ହାଇଜାକ କରିବାକୁ ନଦିଆଯାଉ, ଧର୍ମ ନିରପେକ୍ଷତା ଓ ନ୍ୟାୟ ଆଦର୍ଶକୁ ଉଜ୍ଜୀବିତ ପାଇଁ ପଦେଷକ୍ଷପ ନିଆଯାଉ ବୋଲି ସେ ତାଣ୍କ ଚିଠିରେ କହିଛନ୍ତି।

ସେପଟେ ସୋମବାର ବିଭିନ୍ନ ଖବର କାଗଜରେ ରାଜା ସ୍ୱାଇଁଙ୍କର ଏକ ଆଲେଖ୍ୟ ପ୍ରକାଶ ପାଇଛି। ଯେଉଁଥିରେ ସେ ସାମାଜିକ ଫାଟକୁ ଦୂରକରି ଏକ ସୁସ୍ଥ ଓ ଭେଦଭାବହୀନ ସମାଜ ଗଠନ ଆବଶ୍ୟକତା ଉପରେ ବାବା ସାହେବ ଆମ୍ବେଦକରଙ୍କ ବାଣୀକୁ ଜୋର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?