ହାତୀ କଙ୍କାଳ ଉଦ୍ଧାର ଘଟଣାରେ ନିଲମ୍ବିତ ହେଲେ ରେଞ୍ଜ ଅଫିସର

ଅନୁଗୋଳ ଅଫିସ,୨୮।୬: ସାତକୋଶିଆ ବନଖଣ୍ଡରେ ହାତୀ କଙ୍କାଳ ଉଦ୍ଧାର ଘଟଣାରେ ରେଞ୍ଜ ଅଫିସର ହରିଶ୍ଚନ୍ଦ୍ର ପ୍ରଧାନଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ପିସିସିଏଫ୍‌ ଶଶି ପୌଲ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ପୂର୍ବରୁ ୩ଜଣ ୱାଚରଙ୍କୁ ଗିରଫ କରାଯାଇଥିବା ବେଳେ ୨ଫରେଷ୍ଟରଙ୍କୁ ନିଲମ୍ବନ କରାଯାଇଥିଲା।

ସୂଚନା ମୁତାବକ, ସାତକୋଶିଆ ଅଭୟାରଣ୍ୟର କଟକ ଜିଲା ଅଧୀନ ଜିଲିଣ୍ଡା ରେଞ୍ଜ ସତ୍ୟଜୟପୁର ପତ୍ରା ଜଙ୍ଗଲରେ ଏକ ଦନ୍ତା ହାତୀକୁ ପୋତି ଦିଆଯାଇଥିଲା। ବନ ବିଭାଗର ୱାଚର, ଫରେଷ୍ଟର ଓ ରେଞ୍ଜ ଅଫିସରଙ୍କ ଜାଣତରେ ଏହି ଘଟଣା ଘଟିଥିବା ବେଳେ ବର୍ଷେ କାଳ ଘଟଣାକୁ ଚପାଇ ରଖାଯାଇଥିଲା ବୋଲି ଅଭିଯୋଗ ହୋଇଛି। ହେଲେ ଗତ ୨୩ ତାରିଖ ରାତିରେ ଜିଲିଣ୍ଡା ରେଞ୍ଜରୁ ଏକ ହାତୀ କଙ୍କାଳ ଜବତ ହୋଇଥିଲା। ଏନେଇ ସାତକୋଶିଆ ବନଖଣ୍ଡ ଡିଏଫ୍‌ଓ ସରୋଜ ପଣ୍ଡା ଘଟଣାର ତଦନ୍ତ କରିଥିଲେ। ତଦନ୍ତ ପରେ ହାତୀକୁ ପୋତିବା ଘଟଣାରେ ସ୍ଥାନୀୟ ବନ ବିଭାଗର କର୍ମଚାରୀଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିଥିଲା। ଡିଏଫ୍‌ଓଙ୍କ ନିର୍ଦ୍ଦେଶକ୍ରମେ ୩ଜଣ ୱାଚରଙ୍କୁ ଗିରଫ କରାଯାଇଛି। ଏଥିସହ ଫରେଷ୍ଟର ଅନୁପମା ସାହୁ ଓ ସହଦେବ ସୋରେନଙ୍କୁ ନିଲମ୍ବନ କରାଯାଇଥିଲା। ଅନ୍ୟପକ୍ଷେ ମଙ୍ଗଳବାର ରେଞ୍ଜ ଅଫିସର ହରିଶ୍ଚନ୍ଦ୍ରଙ୍କୁ ମଧ୍ୟ ନିଲମ୍ବନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri