ହିନ୍ଦୁଧର୍ମରେ ରଙ୍ଗୋଲିର ମହତ୍ତ୍ୱ ବହୁତ ରହିଛି। ଖାସ୍କରି ପର୍ବ ପର୍ବାଣିରେ ରଙ୍ଗୋଲି କରିବା ଶୁଭ ମନେକରାଯାଏ। ଏହାଦ୍ୱାରା ଦେବୀ ଦେବତା ପ୍ରସନ୍ନ ହେବା ସହ ଘରେ ସକାରାତ୍ମକ ଊର୍ଜା ଆସେ ବୋଲି ବିଶ୍ୱାସ ରହିଛି। ନାନା ରଙ୍ଗର ରଙ୍ଗୋଲି ଘର ସାମ୍ନାରେ ଓ ଅଗଣାର ଶୋଭାକୁ ଦ୍ୱିଗୁଣିତ କରିଥାଏ। ହେଲେ ଏବେ ସୋସିଆଲ ମିଡ଼ିଆରେ ଏକଭିନ୍ନ ଧରଣର ରଙ୍ଗୋଲି ଭାଇରାଲ ହେଉଛି। ଏହି ରଙ୍ଗୋଲି ରଙ୍ଗିନ ଓ ସୁନ୍ଦର ହେଲେ ଏହାକୁ ରଙ୍ଗରେ ନୁହେଁ ବରଂ ତିଆରି କରାଯାଇଛି ସୂତା ଓ କଣ୍ଟାରେ। ମୁସ୍କାନ ରାଜପୁତ ନାମକ ଜଣେ ଯୁବତୀ ଏହାକୁ ତିଆରି କରିଛନ୍ତି। ଆଉ ଏହାକୁ ତିଆରି କରିବା ଲାଗି ସେ ଏକ ଗୋଲାକାର କାଠ ଉପରେ ଡିଜାଇନ୍ କରି ଅନେକ କଣ୍ଟା ବାଡେଇଲେ। ତା’ପରେ ସେହି କଣ୍ଟାରେ ରଙ୍ଗିନ ସୂତାକୁ ଛନ୍ଦା ଛନ୍ଦି କରି ସୁନ୍ଦର ଫୁଲର ଡିଜାଇନ୍ କଲେ, ଯାହା କି ରଙ୍ଗୋଲି ଭଳି ଦେଖାଗଲା। ମୁସ୍କାନଙ୍କୁ ଏହି ରଙ୍ଗୋଲି କରିବା ଲାଗି ଦୁଇଦିନ ଲାଗିଥିଲା।
ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…
ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…
ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…
ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…
ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…
ବସ୍ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…
ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ
ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…
ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍, ମରାମତି ହେଲା ‘ମରଣଯନ୍ତା’
ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…
ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…
ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….
ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…
Archives

