ସହଦେବ ନାୟକଙ୍କ ଏକାଦଶାହ ଭୋଜି ଖର୍ଚ୍ଚ ତୁଲାଇବେ ରାଣୀ ପଣ୍ଡା

ଭୁବନେଶ୍ୱର,୧୧।୧ (ବନ୍ଦନା ସେଠୀ): ବିଏମ୍‌ସି ସଫେଇ ମଜଦୂର ସଂଘର ସଭାପତି ସହଦେବ ନାୟକଙ୍କ ହତ୍ୟାର ପ୍ରତିବାଦ କରିବା ସହ ଦୋଷୀଙ୍କୁ ଉପଯୁକ୍ତ ଦଣ୍ଡ ପ୍ରଦାନ ଦାବିରେ ଶୁକ୍ରବାର ସଂଘ ପକ୍ଷରୁ ବିଏମ୍‌ସି ମୁଖ୍ୟାଳୟ ଘେରାଉ କରାଯାଇଥିଲା। ଘଟଣାର ସିବିଆଇ ଦଦନ୍ତ କରିବା, ପରିବାରକୁ ୩୦ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ ଏବଂ ସହଦେବଙ୍କ ପତ୍ନୀଙ୍କୁ ବିଏମ୍‌ସିରେ ସ୍ଥାୟୀ ରୂପେ ଚାକିରୀ ପ୍ରଦାନ କରିବାକୁ ଦାବି ହୋଇଥିଲା। ପରେ ସଂଘର ଏକ ପ୍ରତିନିଧି ଦଳ ଏନେଇ ମେୟର ସୁଲୋଚନା ଦାସଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିଲେ। ଘଟଣାର ଉପଯୁକ୍ତ ତଦନ୍ତ ହେବା ସହ ଆବଶ୍ୟକୀୟ ସାହାଯ୍ୟ ପ୍ରଦାନ କରାଯିବ ବୋଲି ମେୟର ପ୍ରତିଶ୍ରୁତି ଦେବା ପରେ ଧାରଣା ହଟିଥିଲା। ଏଥିସହ ଶନିବାର ଠାରୁ ସମସ୍ତ ଓ୍ବାର୍ଡରେ ପୂର୍ବପରି କାମ ଆରମ୍ଭ ହେବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ସହଦେବଙ୍କ ହତ୍ୟା ଘଟଣାର ପ୍ରତିବାଦ କରି ଗୁରୁବାର ଠାରୁ ସହରର ପ୍ରାୟ ୪୮ଟି ଓ୍ବାର୍ଡରେ ସଂଘର କର୍ମକର୍ତ୍ତାମାନେ କାର୍ଯ୍ୟ ବନ୍ଦ କରାଯାଇଥିଲା।
ଅପରପକ୍ଷେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡା ସହଦେବଙ୍କ ଘରକୁ ଯାଇ ସେଠାରେ ତାଙ୍କ ପରିବାର ସହିତ ଭେଟିଥିଲେ। ସହଦେବଙ୍କ ଏକାଦଶାହ ଭୋଜି ନିଜେ କରିବେ ବୋଲି ରାଣୀ କହିଥିଲେ। ଏଥିସହ ଏଣିକି ପ୍ରତି ମାସରେ ପରିବାରକୁ ସଉଦା ଦେବା ସହ ତାଙ୍କ ଦୁଇଝିଅଙ୍କ ପାଠପଢା ଖର୍ଚ୍ଚ ଏବଂ ତାଙ୍କ ପାଇଁ କିଛି ଟଙ୍କା ଫିକ୍ସ ଡିପୋଜିଟ୍‌ କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri