କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ଶପଥ ନେଲେ ରାନିଲ

କଲମ୍ବୋ,୧୫।୭: ଶ୍ରୀଲଙ୍କାରେ ଆର୍ଥିକ ଓ ରାଜନୈତିକ ଅସ୍ଥିରତା ଲାଗିରହିଛି। ଗୋଟବାୟା ରାଜପକ୍ସେ ନିଜ ପଦରୁ ଇସ୍ତଫା ଦେବା ପରେ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେ କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ଦାୟିତ୍ୱ ସମ୍ଭାଳିବେ। ସଂସଦର ବାଚସ୍ପତି ମହିନ୍ଦା ୟାପା ଆବେୱାର୍ଡେନା ଗୋଟାବାୟାଙ୍କ ଇସ୍ତଫାକୁ ଗ୍ରହଣ କରିଛନ୍ତି। ଏହାପରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେ ଶୁକ୍ରବାର କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି ଜୟନ୍ତ ଜୟସୁରିଆ ରାନିଲଙ୍କୁ କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରାଇଥିଲେ। ଏନେଇ ପ୍ରଧାନମନ୍ତ୍ରୀଙ୍କ ଗଣମାଧ୍ୟମ ବିଭାଗରୁ ସୂଚନା ମିଳିଛି ବୋଲି ଡେଲି ମିରର୍‌ ପ୍ରକାଶ କରିଛି। ରାନିଲଙ୍କୁ ପୂର୍ବତନ ରାଷ୍ଟ୍ରପତି ଗୋଟାବାୟା ରାଜପକ୍ସେ ଜୁଲାଇ ୧୩ରେ କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ନିଯୁକ୍ତ କରିଥିଲେ।

 

Share