ଗୋଟାବାୟାଙ୍କ ଇସ୍ତଫା ପରେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ପଦ ସମ୍ଭାଳିବେ ରାନିଲ

ଲମ୍ବୋ,୧୫ା୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଇସ୍ତଫା ଦେବା ପରେ ବିକ୍ଷୋଭକାରୀମାନେ ଅତ୍ୟଧିକ ଆନନ୍ଦିତ ହୋଇଛନ୍ତି। ତାଙ୍କ ଇସ୍ତଫା ଶ୍ରୀଲଙ୍କା ପାର୍ଲମେଣ୍ଟ ବାଚସ୍ପତି ମହିନ୍ଦା ୟାପା ଆବ୍‌ୟଓ୍ବେର୍ଦେନା ଗ୍ରହଣ କରିଛନ୍ତି। ଗୁରୁବାର ଇ-ମେଲ୍‌ ଜରିଆରେ ବାଚସ୍ପତିଙ୍କ କାର୍ଯ୍ୟାଳୟକୁ ପଠାଇଥିଲେ ଗୋଟାବାୟା।

ଗୋଟାବାୟା ଦେଶର ପ୍ରଥମ ରାଷ୍ଟ୍ରପତି ଯିଏକି ୧୯୭୮ରେ ଶ୍ରୀଲଙ୍କା ରାଷ୍ଟ୍ରପତି ବ୍ୟବସ୍ଥା ଲାଗୁ କରିବା ପରେ ଏହି ଉପାୟରେ ଇସ୍ତଫା ଦେଇଛନ୍ତି। ଏହା ପୂର୍ବରୁ କୁହାଯାଉଥିଲା ଯେ, ଏହାକୁ ପ୍ରଥମେ ଯାଞ୍ଚ କରାଯିବ ଏବଂ ଏହାର ଆଇନଗତ ବୈଧତା ମଧ୍ୟ ଯାଞ୍ଚ କରାଯିବ। ଏହା ପରେ ଏହା ଆନୁଷ୍ଠାନିକ ଭାବେ ଘୋଷଣା କରାଯିବ। କିନ୍ତୁ ବର୍ତ୍ତମାନ ତାଙ୍କ ଇସ୍ତଫା ଗ୍ରହଣ ଘୋଷଣା ହେବା ପରେ ଶ୍ରୀଲଙ୍କାରେ ରାଜନୈତିକ ପରିସ୍ଥିତି କ’ଣ ହେବ ବୋଲି ପ୍ରଶ୍ନ ଉଠିଛି।

 

ବର୍ତ୍ତମାନ ରାଷ୍ଟ୍ରପତିଙ୍କ ଇସ୍ତଫା ଗ୍ରହଣ କରାଯାଇଛି, ତେବେ ନୂତନ ରାଷ୍ଟ୍ରପତି ଚୟନ ପ୍ରକ୍ରିୟା ଆରମ୍ଭ ହେବ। କିନ୍ତୁ ଏହାପୂର୍ବରୁ ଦେଶର ପ୍ରଧାନମନ୍ତ୍ରୀ ଥିବା ରାନିଲ ଓ୍ବିକ୍ରମସିଂଘେ କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବେ। ଜଣେ ନୂତନ ରାଷ୍ଟ୍ରପତି ନିର୍ବାଚିତ ନ ହେବା ପର୍ଯ୍ୟନ୍ତ ସେ ଏହି ପଦରେ ରହିବେ।

ଏକ ରିପୋର୍ଟ ଅନୁଯାୟୀ, ବାଚସ୍ପତି ୟାପା ଏ ସମ୍ପର୍କରେ ଏକ ବିବୃତ୍ତି ଏବଂ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ଅନୁଯାୟୀ, ସେ ଶ୍ରୀଲଙ୍କାର ସମ୍ବିଧାନର ଧାରା ୩୮.୧ ଅନୁଯାୟୀ ଗୋଟାବାୟାଙ୍କ ଇସ୍ତଫା ପାଇଛନ୍ତି। ଏହା ୧୪ ଜୁଲାଇ ୨୦୨୨ରୁ ପ୍ରଯୁଜ୍ୟ ବୋଲି ଧରାଯିବ। ଏହା ସହିତ ଏକ ନୂତନ ରାଷ୍ଟ୍ରପତି ଚୟନ ପ୍ରକ୍ରିୟା ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇପାରିବ। ସେପର୍ଯ୍ୟନ୍ତ, ସମ୍ବିଧାନ ଅନୁଯାୟୀ ବର୍ତ୍ତମାନର ପ୍ରଧାନମନ୍ତ୍ରୀଙ୍କ ପାଖରେ ରାଷ୍ଟ୍ରପତିଙ୍କ କ୍ଷମତା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?