ରଜରେ ମୁଖରିତ ରଞ୍ଜାଗୋଳ

ସାତମାଇଲ, ୧୪।୬ ରଜ ମହୋତ୍ସବ ପାଇଁ ରାଜ୍ୟରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ରଞ୍ଜାଗୋଳ। ଦୀର୍ଘ ୨୦୦ ବର୍ଷ ହେଲା ଏଠାରେ କୃଷିଭିତ୍ତିକ ପର୍ବ ରଜ ପାଳିତ ହୋଇ ଆସୁଛି। କରୋନା କଟକଣା ପାଇଁ ଦୁଇବର୍ଷ ହେଲା ଫିକା ପଡ଼ିଥିଲା ରଜମଉଜ। ଚଳିତବର୍ଷ ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣରେ ଥିବାରୁ ୪ଦିନ ବ୍ୟାପୀ ଏହି ମହୋତ୍ସବକୁ ମହାଆଡ଼ମ୍ବର ସହକାରେ ପାଳନ କରାଯାଉଛି। ଏଥିଲାଗି ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି।
ମଙ୍ଗଳବାର ପହିଲି ରଜ ଥିବାବେଳେ ସୋମବାର ଶେଷ ହୋଇଛି ସଜବାଜ। ଘରେ ଘରେ ଭଳିକିଭଳି କିସମର ପିଠା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ରଜପାନ ପାଇଁ ଆବଶ୍ୟକ ସାମଗ୍ରୀ କିଣା ସରିଲାଣି। ଯୁବତୀମାନେ ନୂଆ ପୋଷାକ, ପ୍ରସାଧନ ସାମଗ୍ରୀ କିଣି ମହୋତ୍ସବରେ ସାମିଲ ହେବାକୁ ଅପେକ୍ଷା କରିଛନ୍ତି। ଚଳିତବର୍ଷ ୧୪ରୁ ୧୭ ତାରିଖ ଯାଏ ମହୋତ୍ସବ ପାଳନ କରାଯାଉଥିବାରୁ ବାହାରେ ରହୁଥିବା ଲୋକମାନେ ଗଁାକୁ ଫେରିିଛନ୍ତି। ପାଗ ଅନୁକୂଳ ଥିବାରୁ ମେଳାରେ ଲକ୍ଷାଧିକ ଲୋକଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ନେଇ ବ୍ୟବସାୟୀମାନେ ଉତ୍ସାହିତ ଅଛନ୍ତି। ଯାତ୍ରାରେ ସାମିଲ ହେଉଥିବା ପର୍ଯ୍ୟଟକମାନେ ବାଙ୍କଟବିହାରୀ ମଠ, ଧୁନିଘର, ଅଷ୍ଟଶମ୍ଭୁ ମନ୍ଦିର, ମାତା ବୃନ୍ଦାବତୀ ତ୍ରିନାଥ ସ୍ବାମୀ ମନ୍ଦିର ଏବଂ ବାମ୍ଫି ପରିଦର୍ଶନ କରିଥାଆନ୍ତି। ଏସବୁ ସ୍ଥାନରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଯାତ୍ରା ପଡ଼ିଆରେ ଆଲୋକୀକରଣ, ଥଣ୍ତା ପାନୀୟ ଜଳ ବ୍ୟବସ୍ଥା କରାଯାଇଛି। ପରିଷ୍କାର ପରିଚ୍ଛନ୍ନତା ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି।
ମହୋତ୍ସବ ପ୍ରସ୍ତୁତି ସମ୍ପର୍କରେ ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁ କୁହନ୍ତି, କାର୍ଯ୍ୟକ୍ରମକୁ ଶାନ୍ତିଶୃଙ୍ଖଳାର ସହ ସମାପନ କରିବାକୁ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ବାଲିମୀ ଥାନାଧିକାରୀ ବ୍ରହ୍ମାନନ୍ଦ ପାତ୍ରଙ୍କ ତତ୍ତ୍ୱାବଧାନରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ସନ୍ଧ୍ୟାରେ ଅଧିକ ଭିଡ଼ ହେଉଥିବାରୁ ଟ୍ରାଫିକ୍‌ ନିୟନ୍ତ୍ରଣ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri