ରଜରେ ମୁଖରିତ ରଞ୍ଜାଗୋଳ

ସାତମାଇଲ, ୧୪।୬ ରଜ ମହୋତ୍ସବ ପାଇଁ ରାଜ୍ୟରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ରଞ୍ଜାଗୋଳ। ଦୀର୍ଘ ୨୦୦ ବର୍ଷ ହେଲା ଏଠାରେ କୃଷିଭିତ୍ତିକ ପର୍ବ ରଜ ପାଳିତ ହୋଇ ଆସୁଛି। କରୋନା କଟକଣା ପାଇଁ ଦୁଇବର୍ଷ ହେଲା ଫିକା ପଡ଼ିଥିଲା ରଜମଉଜ। ଚଳିତବର୍ଷ ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣରେ ଥିବାରୁ ୪ଦିନ ବ୍ୟାପୀ ଏହି ମହୋତ୍ସବକୁ ମହାଆଡ଼ମ୍ବର ସହକାରେ ପାଳନ କରାଯାଉଛି। ଏଥିଲାଗି ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି।
ମଙ୍ଗଳବାର ପହିଲି ରଜ ଥିବାବେଳେ ସୋମବାର ଶେଷ ହୋଇଛି ସଜବାଜ। ଘରେ ଘରେ ଭଳିକିଭଳି କିସମର ପିଠା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ରଜପାନ ପାଇଁ ଆବଶ୍ୟକ ସାମଗ୍ରୀ କିଣା ସରିଲାଣି। ଯୁବତୀମାନେ ନୂଆ ପୋଷାକ, ପ୍ରସାଧନ ସାମଗ୍ରୀ କିଣି ମହୋତ୍ସବରେ ସାମିଲ ହେବାକୁ ଅପେକ୍ଷା କରିଛନ୍ତି। ଚଳିତବର୍ଷ ୧୪ରୁ ୧୭ ତାରିଖ ଯାଏ ମହୋତ୍ସବ ପାଳନ କରାଯାଉଥିବାରୁ ବାହାରେ ରହୁଥିବା ଲୋକମାନେ ଗଁାକୁ ଫେରିିଛନ୍ତି। ପାଗ ଅନୁକୂଳ ଥିବାରୁ ମେଳାରେ ଲକ୍ଷାଧିକ ଲୋକଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ନେଇ ବ୍ୟବସାୟୀମାନେ ଉତ୍ସାହିତ ଅଛନ୍ତି। ଯାତ୍ରାରେ ସାମିଲ ହେଉଥିବା ପର୍ଯ୍ୟଟକମାନେ ବାଙ୍କଟବିହାରୀ ମଠ, ଧୁନିଘର, ଅଷ୍ଟଶମ୍ଭୁ ମନ୍ଦିର, ମାତା ବୃନ୍ଦାବତୀ ତ୍ରିନାଥ ସ୍ବାମୀ ମନ୍ଦିର ଏବଂ ବାମ୍ଫି ପରିଦର୍ଶନ କରିଥାଆନ୍ତି। ଏସବୁ ସ୍ଥାନରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଯାତ୍ରା ପଡ଼ିଆରେ ଆଲୋକୀକରଣ, ଥଣ୍ତା ପାନୀୟ ଜଳ ବ୍ୟବସ୍ଥା କରାଯାଇଛି। ପରିଷ୍କାର ପରିଚ୍ଛନ୍ନତା ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି।
ମହୋତ୍ସବ ପ୍ରସ୍ତୁତି ସମ୍ପର୍କରେ ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁ କୁହନ୍ତି, କାର୍ଯ୍ୟକ୍ରମକୁ ଶାନ୍ତିଶୃଙ୍ଖଳାର ସହ ସମାପନ କରିବାକୁ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ବାଲିମୀ ଥାନାଧିକାରୀ ବ୍ରହ୍ମାନନ୍ଦ ପାତ୍ରଙ୍କ ତତ୍ତ୍ୱାବଧାନରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ସନ୍ଧ୍ୟାରେ ଅଧିକ ଭିଡ଼ ହେଉଥିବାରୁ ଟ୍ରାଫିକ୍‌ ନିୟନ୍ତ୍ରଣ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri