ରଞ୍ଜନ ଦାସ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁଯାୟୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବଦଳିଛନ୍ତି। ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କୁ ବଦଳି କରାଯାଇଥିବା ବେଳେ ତାଙ୍କ ସ୍ଥାନରେ ୨୦୦୭ ବେଞ୍ଚର ଆଇଏଏସ୍‌ ରଞ୍ଜନ କୁମାର ଦାସଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ମିଳିଛି। ଏଣିକି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ସ୍ବତନ୍ତ୍ର ସଚିବ ପାହ୍ୟା ମିଳିବ।