ରଞ୍ଜୀବ ଜୀ ସାର୍ଥକର ଲକ୍ଷପତି ବିଜେତା

ଭୁବନେଶ୍ୱର,୧୭।୯: ରାଜ୍ୟର ପ୍ରମୁଖ ଓଡ଼ିଆ ମନୋରଞ୍ଜନ ଭିତ୍ତିକ ଘରୋଇ ଚ୍ୟାନେଲ ଜୀ ସାର୍ଥକ ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଜୀ ସାର୍ଥକର ଶ୍ରେଷ୍ଠ ଦର୍ଶକ ଭଦ୍ରକ ଜିଲାର ରଞୀବ ବିଶ୍ୱାଳଙ୍କୁ ଚ୍ୟାନେଲ ପକ୍ଷରୁ ଲକ୍ଷପତି ବିଜେତା ଘୋଷଣା ସହ ପୁରସ୍କାର ବାବଦକୁ ୧ଲକ୍ଷ ଟଙ୍କାର ଅର୍ଥରାଶି ମଧ୍ୟ ପ୍ରଦାନ କରାଯାଇଛି। ଏହି ଅବସରରେ ଜୀ ସାର୍ଥକର ବରିଷ୍ଠ ଅଧିକାରୀ ଓ କର୍ମଚାରୀଙ୍କ ସମେତ ବହୁ ଦର୍ଶକ ମଧ୍ୟ ଉପସ୍ଥିତ ଥିଲେ। ବିଶେଷକରି ଜୀ ସାର୍ଥକ ପକ୍ଷରୁ ଚଳିତ ବର୍ଷ ଏପ୍ରିଲ ୯ରୁ ମେ ୨୮ତାରିଖ ପର୍ଯ୍ୟନ୍ତ ‘ହାତରେ ରିମୋଟ୍‌ ଧରିଲେ ଗୃହଲକ୍ଷ୍ମୀ, ଦେଖିଲେ ଜୀ ସାର୍ଥକ ଆସିବେ ଲକ୍ଷ୍ମୀ’ ନାମକ ଏକ ଅଭିନବ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏପରିକି ଜୀ ସାର୍ଥକରେ ପ୍ରତିଦିନ ସା ୭.୩୦ ରୁ ରାତି ୧୦ଟା ମଧ୍ୟରେ ପ୍ରସାରିତ ହେଉଥିବା ବିଭିନ୍ନ ଧାରାବାହିକ ମଧ୍ୟରୁ କିଛି ସରଳ ପ୍ରଶ୍ନ ପ୍ରତିଯୋଗୀମାନଙ୍କ ପାଇଁ କରାଯାଉଥିଲା। ଯେଉଁମାନେ ପ୍ରତିଦିନ ଜୀ ସାର୍ଥକକୁ ଭଲ ପାଉଛନ୍ତି ଏବଂ ବିଭିନ୍ନ ଧାରାବାହିକ ଦେଖୁଛନ୍ତି ସେମାନଙ୍କୁ ଏହିସବୁ ପ୍ରଶ୍ନର ଉତ୍ତର ଦେବାକୁ କୁହାଯାଉଥିଲା। ସେହିଭଳି ପ୍ରତିଦିନ ଠିକ୍‌ ଉତ୍ତର ଦେଉଥିବା ୧୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମଧ୍ୟ ୧୦୦୦ ଟଙ୍କାର ଗିଫ୍ଟ ଭାଉଚର ମିଳୁଥିଲା। ତେବେ ଏପ୍ରିଲ ୯ରୁ ମେ ୨୮ ତାରିଖ ପର୍ଯ୍ୟନ୍ତ ପୂରା ପ୍ରତିଯୋଗିତାରେ ଜଣେ ମେଗା ବିଜେତାଙ୍କୁ ୧ଲକ୍ଷ ଟଙ୍କାର ଅର୍ଥରାଶି ପୁରସ୍କାର ଦିଆଯିବ ବୋଲି ଚ୍ୟାନେଲ ପକ୍ଷରୁ ଘୋଷଣା କରାଯାଇଥିଲା। ଏ ସମ୍ପର୍କରେ ଜୀ ସାର୍ଥକର ବରିଷ୍ଠ ଅଧିକାରୀ ପ୍ରତୀକ ସିଲ୍‌ କହିଛନ୍ତି, ଜୀ ସାର୍ଥକରେ ପ୍ରତିଦିନ ପ୍ରସାରିତ ହେଉଥିବା ଧାରାବାହିକଗୁଡ଼ିକୁ ରଞ୍ଜୀବ ଦେଖୁଥିଲେ ଏବଂ ସବୁ ପ୍ରଶ୍ନର ଉତ୍ତର ମଧ୍ୟ ଠିକ୍‌ ଭାବେ ଦେଇଥିଲେ। ଜୀ ସାର୍ଥକର ସେ ଜଣେ ଶ୍ରେଷ୍ଠ ଦର୍ଶକ ଭାବେ ଏହି ମେଗା ୱିନରର ବିଜେତା ହୋଇପାରିଛନ୍ତି। ଏପରିକି ରଞ୍ଜୀବଙ୍କୁ ଜୀ ସାର୍ଥକ ଅଫିସରେ ପୁରସ୍କାର ବାବଦରେ ୧ଲକ୍ଷ ଟଙ୍କା ନଗଦ ଦିଆଯିବ ବୋଲି ଚ୍ୟାନେଲ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?