Posted inଖେଳ

Ranji Trophy final: ନାୟରଙ୍କ ଦମ୍‌ଦାର ଶତକ, ଟ୍ରଫି ଲକ୍ଷ୍ୟରେ ବିଦର୍ଭ

ନାଗପୁର,୧ା୩ : ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ କେରଳ ବିପକ୍ଷରେ ଚାଲିଥିବା ରଣ୍‌ଜୀ ଟ୍ରଫି ଫାଇନାଲ ମ୍ୟାଚ୍‌ ଚତୁର୍ଥ ଦିନ ଶେଷସୁଦ୍ଧା ବିଦର୍ଭ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସରେ ବିଦର୍ଭ ୩୭୯ ରନ୍‌ କରିଥିବା ବେଳେ କେରଳ ୩୪୨ ରନ୍‌ କରିଥିଲା।

ଫଳରେ ୩୭ ରନ୍‌ରେ ଆଗୁଆ ଥିବା ବିଦର୍ଭ ଦ୍ୱିତୀୟ ଇନିଂସ ବ୍ୟାଟିଂ ଆରମ୍ଭ କରି ଚତୁର୍ଥ ଦିନ ଶେଷସୁଦ୍ଧା ୪ ଉଇକେଟରେ ହରାଇ ୨୪୯ ରନ କରିଛି। ଷ୍ଟମ୍ପ ଅପସାରଣ ବେଳକୁ କରୁନ ନାୟର ୧୩୨ ଓ ଅଧିନାୟକ ଅକ୍ଷୟ ଓ୍ବାଡକର ୪ ରନରେ ଅପରାଜିତ ଅଛନ୍ତି। ବିଦର୍ଭ ହାତରେ ୬ ଉଇକେଟ ସୁରକ୍ଷିତ ରଖି ମ୍ୟାଚରେ ୨୮୬ ରନ୍‌ରେ ଆଗରେ ରହିଛି।

ଶନିବାର ତଥା ମ୍ୟାଚ୍‌ର ଚତୁର୍ଥ ଦିନ ବିଦର୍ଭ ତା’ର ଦ୍ୱିତୀୟ ଇନିଂସ ବ୍ୟାଟିଂ ଆରମ୍ଭ କରିଥିଲା। ଦଳ ମାତ୍ର ୭ ରନ୍‌ ମଧ୍ୟରେ ଦୁଇ ଓପନରଙ୍କ ଉଇକେଟ ହରାଇଥିଲା। ହେଲେ ଡାନିଶ ମାଲଓ୍ବୋର ଏବଂ କରୁନ ତୃତୀୟ ଉଇକେଟ ପାଇଁ ୧୮୨ ରନ୍‌ ଯୋଡ଼ିଥିଲେ। ଡାନିଶ ୭୩ ରନ୍‌ କରି ପାଭିଲିଅନ ଫେରିଥିଲେ। ପରେ ୟଶ ରାଠୋର ୨୪ ରନ୍‌ କରି ଆଉଟ ହୋଇଥିଲେ।

କରୁନ ଓ ଅଧିନାୟକ ଅକ୍ଷୟ ପ୍ରତିପକ୍ଷ କେରଳ ଦଳକୁ ଆଉ ଉଇକେଟ ନେବାକୁ ସୁଯୋଗ ଦେଇ ନ ଥିଲେ। କେରଳ ପକ୍ଷରୁ ଏମ୍‌ଡି ନିଧିଶ, ଜଲଜ ସକ୍ସେନା, ଆଦିତ୍ୟ ସରଓ୍ବତେ ଓ ଅକ୍ଷୟ ଚନ୍ଦ୍ରନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri