Posted inଖେଳ

ରଣଜୀ ଟ୍ରଫି: ନାଗାଲାଣ୍ଡକୁ ୨୯୯ ରନ୍‌ରେ ହରାଇଲା ଓଡ଼ିଶା, ଚଳିତ ସିଜନର ପ୍ରଥମ ବିଜୟ!

ଭୁବନେଶ୍ୱର,୧୯ା୧୧: ରଣଜୀ ଟ୍ରଫିରେ ଓଡ଼ିଶା ଦଳ ଚଳିତ ସିଜନରେ ତା’ର ପ୍ରଥମ ବିଜୟ ହାସଲ କରିଛି। କିଟ୍‌ ଷ୍ଟାଡିୟମରେ ନାଗାଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଓଡ଼ିଶା ଦଳ ୨୯୯ ରନ୍‌ର ବିଶାଳ ବ୍ୟବଧାନରେ ବିଜୟୀ ହୋଇଛି।

ଓଡ଼ିଶା ଦ୍ୱାରା ଦିଆଯାଇଥିବା ୪୬୫ ରନ୍‌ର ବଡ଼ ଟାର୍ଗେଟ୍‌କୁ ପିଛା କରି ନାଗାଲାଣ୍ଡ ଦଳ ଦ୍ୱିତୀୟ ଇନିଂସରେ ମାତ୍ର ୧୬୫ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଓଡ଼ିଶା ପାଇଁ ବୋଲିଂରେ ଗୋବିନ୍ଦ ପୋଦ୍ଦାର ସର୍ବାଧିକ ୫ଟି ୱିକେଟ୍‌ ନେଇଥିବା ବେଳେ ବାଦଲ ବିଶ୍ୱାଳ ୩ଟି ୱିକେଟ୍‌ ସଫଳତା ପାଇଥିଲେ।

ଓଡ଼ିଶାର ଏହି ବିଜୟରେ ବ୍ୟାଟ୍‌ସମ୍ୟାନ୍‌ ସ୍ବସ୍ତିକ୍‌ ସାମଲଙ୍କ (୧୬୯ ରନ୍‌) ଓ ଅଧିନାୟକ ଶୁଭ୍ରାଂଶୁ ସେନାପତିଙ୍କ (୧୩୭ ରନ୍‌) ଶତକୀୟ ପାଳି ଏବଂ ଉଭୟଙ୍କ ମଧ୍ୟରେ ହୋଇଥିବା ୨୬୧ ରନ୍‌ର ମାରାଥନ୍‌ ପାର୍ଟନରଶିପ୍‌ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା।

ଦ୍ୱିତୀୟ ଇନିଂସରେ ୧୬୯ ରନ୍‌ର ପ୍ରଭାବଶାଳୀ ପାଳି ଖେଳିଥିବା ସ୍ବସ୍ତିକ ସାମଲ ‘ପ୍ଲେୟାର ଅଫ୍‌ ଦ ମ୍ୟାଚ୍‌’ ବିବେଚିତ ହୋଇଛନ୍ତି। ଏହି ବିଜୟ ସହ ଓଡ଼ିଶା ୫ଟି ମ୍ୟାଚ୍‌ରୁ ୭ ପଏଣ୍ଟ ହାସଲ କରି ଷଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି।

ଓଡ଼ିଶା ଦଳ ପ୍ରଥମ ଇନିଂସରେ ୧୧୪ ରନ୍‌ର ଅଗ୍ରଣୀ ନେଇଥିଲା ଏବଂ ଦ୍ୱିତୀୟ ଇନିଂସ ୩୫୦/୫ ସ୍କୋରରେ ଘୋଷଣା କରି ନାଗାଲାଣ୍ଡ ସମ୍ମୁଖରେ ୪୬୫ ରନ୍‌ର ବିଶାଳ ଲକ୍ଷ୍ୟ ରଖିଥିଲା। ଶେଷ ଦିନରେ ନାଗାଲାଣ୍ଡର ଦ୍ୱିତୀୟ ଇନିଂସକୁ ଶୀଘ୍ର ସମାପ୍ତ କରି ଓଡ଼ିଶା ଦଳ ଚଳିତ ସିଜନରେ ନିଜର ବିଜୟ ଖାତା ଖୋଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri