Posted inଖେଳ

ବିସିସିଆଇର ଘୋଷଣା: ଏଥର ହେବ ରଣଜୀ ଟ୍ରଫି

ନୂଆଦିଲ୍ଲୀ, ୩ା୭- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ରଣଜୀ ଟ୍ରଫି ସମେତ ଏହାର ସମସ୍ତ ଘରୋଇ ଟୁର୍ନାମେଣ୍ଟ ଆୟୋଜନ କରିବ। ୨୦୨୧-୨୨ ସିଜନରେ ମୋଟ ୨୧୨୭ ମ୍ୟାଚ ଖେଳାଯିବ। ରଣଜୀ ଟ୍ରଫି ନଭେମ୍ବର ୧୬ରୁ ଆରମ୍ଭ ହେବ। କୋଭିଡ୍‌ ମହାମାରୀ ଯୋଗୁ ବିସିସିଆଇ ଗତବର୍ଷ କୌଣସି ବୟସ ବର୍ଗରେ ଟୁର୍ନାମେଣ୍ଟ ଆୟୋଜନ କରି ନ ଥିଲା। ରଣଜୀ ଟ୍ରଫିକୁ ବାଧ୍ୟତାମୂଳକ ବାତିଲ କରିଥିଲା। କିନ୍ତୁ ଚଳିତବର୍ଷ ସମସ୍ତ ଘରୋଇ ଟୁର୍ନାମେଣ୍ଟ ହେବ। ସୟଦ ମୁସ୍ତାକ ଅଲୀ ଟି୨୦ ଅକ୍ଟୋବର ୨୦ରୁ ଏବଂ ଜାତୀୟ ଦିନିକିଆ ଚାମ୍ପିୟନଶିପ୍‌ ବିଜୟ ହଜାରେ ଟ୍ରଫି ୨୦୨୨ ଫେବୃୟାରୀ ୨୩ରୁ ଖେଳାଯିବ।

ମହିଳା ସିନିୟର ଦିନିକିଆ ଲିଗ୍‌ ସହ ୨୦୨୧ ସେପ୍ଟେମ୍ବର ୨୧ରୁ ସିଜନ ଆରମ୍ଭ ହେବ। ଏହାପଛକୁ ମହିଳା ସିନିୟର ଦିନିକିଆ ଚ୍ୟାଲେଞ୍ଜର ଟ୍ରଫି ୨୦୨୧ ଅକ୍ଟୋବର ୨୭ରୁ ଖେଳାଯିବ ବୋଲି ବିସିସିଆଇ ସମ୍ପାଦକ ଜୟ ଶାହା ଗଣମାଧ୍ୟମକୁ ଏକ ପ୍ରେସ୍‌ ଇସ୍ତାହାର ଜରିଆରେ ଜଣାଇଛନ୍ତି। ସୟଦ ମୁସ୍ତାକ ଅଲୀ ଟ୍ରଫିର ଫାଇନାଲ ୨୦୨୧ ନଭେମ୍ବର ୧୨ରେ ଅନୁଷ୍ଠିତ ହେବ। ମର୍ଯ୍ୟାଦାପୂର୍ଣ୍ଣ ରଣଜୀ ଟ୍ରଫି ପାଇଁ ୩ ସପ୍ତାହ ସମୟ ରଖାଯାଇଛି। ଏହା ୨୦୨୧ ନଭେମ୍ବର ୧୬ରୁ ୨୦୨୨ ଫେବୃୟାରୀ ୧୯ ପର୍ଯ୍ୟନ୍ତ ଚାଲିବ। ବିଜୟ ହଜାରେ ଟ୍ରଫି ଫାଇନାଲ ୨୦୨୨ ମାର୍ଚ୍ଚ ୨୬ରେ ହେବ। ଖେଳାଳି ଏବଂ ଟୁର୍ନାମେଣ୍ଟ ସହ ସମ୍ପୃକ୍ତ ଲୋକମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଅଗ୍ରାଧିକାର ପ୍ରଦାନ ସହିତ ଘରୋଇ ସିଜନ ଆୟୋଜନ ହେବ ବୋଲି ପ୍ରେସ୍‌ ଇସ୍ତାହାରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri