Posted inଖେଳ

Ranji Trophy: ଫାଇନାଲରେ ବିଦର୍ଭ-କେରଳ

ଅହମ୍ମଦାବାଦ,୨୧ା୨: ଚଳିତ Ranji Trophyରେ ଶୁକ୍ରବାର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଫାଇନାଲରେ ବିଦର୍ଭ ଓ କେରଳ ପରସ୍ପରକୁ ଭେଟିବେ। ଗତ ଥରର ଫାଇନାଲିଷ୍ଟ ବିଦର୍ଭ ୮୦ ରନ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇକୁ ପରାସ୍ତ କରିଥିବା ବେଳେ କେରଳ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ଗୁଜରାଟକୁ ପରାସ୍ତ କରି ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି।

ଅହମ୍ମଦାବାଦରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲର ପ୍ରଥମ ଇନିଂସରେ କେରଳ ୪୫୭ ରନ୍‌ କରିଥିଲା। ଜବାବରେ ଗୁଜରାଟ ମ୍ୟାଚର ଅନ୍ତିମ ଦିନ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୪୨୯/୭ରୁ ବ୍ୟାଟିଂ ଆରମ୍ଭ କରି ଅନ୍ତିମ ୩ ଉଇକେଟରେ ୨୬ ରନ କରିବାକୁ ସକ୍ଷମ ହୋଇଥିଲା। ଫଳରେ ପ୍ରଥମ ଇନିଂସରେ ୨ ରନର ଅଗ୍ରଣୀ ଯୋଗୁ କେରଳ ରଣଜୀ ଟ୍ରଫିରେ ପଦାର୍ପଣ କରିବାର ୬୮ବର୍ଷ ପରେ ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିଥିଲା। କେରଳ ତା’ର ଦ୍ୱିତୀୟ ଇନିଂସରେ ୪ ଉଇକେଟ ହରାଇ ୧୧୪ ରନ କରିଥିଲା।

ନାଗପୁରରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚର ପ୍ରଥମ ଇନିଂସରେ ବିଦର୍ଭ ୩୮୩ ରନ୍‌ କରିଥିବା ବେଳେ ମୁମ୍ବାଇ ୨୭୦ ରନ୍‌ କରିଥିଲା। ୧୧୩ ରନ୍‌ରେ ଆଗୁଆ ରହିଥିବା ବିଦର୍ଭ ଦ୍ୱିତୀୟ ଇନିଂସରେ ୨୯୨ ରନ୍‌ କରିଥିଲା। ଫଳରେ ମୁମ୍ବାଇ ଆଗରେ ୪୦୬ ରନର ବିଜୟଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ମୁମ୍ବାଇ ମ୍ୟାଚର ଅନ୍ତିମ ଦିନ ଅସମାପ୍ତ ଦ୍ୱିତୀୟ ସ୍କୋର ୮୩/୩ରୁ ବ୍ୟାଟିଂ ଆରମ୍ଭ କରିଥିଲା। ମୁମ୍ବାଇ ତା’ର ବଳକା ୭ ଉଇକେଟରେ ୨୪୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ଶାର୍ଦ୍ଦୁଳ ଠାକୁର ୬୬, ସାମ୍ସ ମୁଲାନି ୪୬ ଓ ଆକାଶ ଆନନ୍ଦ ୩୯ ରନ୍‌ କରିଥିଲେ। ବିଜୟୀ ବିଦର୍ଭ ପାଇଁ ହର୍ଶ ଦୁବେ ୫ ଉଇକେଟ ନେଇଥିବା ବେଳେ ୟଶ ଠାକୁର ଓ ପାର୍ଥ ରେଖାଡେ ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri