Posted inଖେଳ

Ranji Trophy: ଫାଇନାଲରେ ବିଦର୍ଭ-କେରଳ

ଅହମ୍ମଦାବାଦ,୨୧ା୨: ଚଳିତ Ranji Trophyରେ ଶୁକ୍ରବାର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଫାଇନାଲରେ ବିଦର୍ଭ ଓ କେରଳ ପରସ୍ପରକୁ ଭେଟିବେ। ଗତ ଥରର ଫାଇନାଲିଷ୍ଟ ବିଦର୍ଭ ୮୦ ରନ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇକୁ ପରାସ୍ତ କରିଥିବା ବେଳେ କେରଳ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ଗୁଜରାଟକୁ ପରାସ୍ତ କରି ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି।

ଅହମ୍ମଦାବାଦରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲର ପ୍ରଥମ ଇନିଂସରେ କେରଳ ୪୫୭ ରନ୍‌ କରିଥିଲା। ଜବାବରେ ଗୁଜରାଟ ମ୍ୟାଚର ଅନ୍ତିମ ଦିନ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୪୨୯/୭ରୁ ବ୍ୟାଟିଂ ଆରମ୍ଭ କରି ଅନ୍ତିମ ୩ ଉଇକେଟରେ ୨୬ ରନ କରିବାକୁ ସକ୍ଷମ ହୋଇଥିଲା। ଫଳରେ ପ୍ରଥମ ଇନିଂସରେ ୨ ରନର ଅଗ୍ରଣୀ ଯୋଗୁ କେରଳ ରଣଜୀ ଟ୍ରଫିରେ ପଦାର୍ପଣ କରିବାର ୬୮ବର୍ଷ ପରେ ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିଥିଲା। କେରଳ ତା’ର ଦ୍ୱିତୀୟ ଇନିଂସରେ ୪ ଉଇକେଟ ହରାଇ ୧୧୪ ରନ କରିଥିଲା।

ନାଗପୁରରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚର ପ୍ରଥମ ଇନିଂସରେ ବିଦର୍ଭ ୩୮୩ ରନ୍‌ କରିଥିବା ବେଳେ ମୁମ୍ବାଇ ୨୭୦ ରନ୍‌ କରିଥିଲା। ୧୧୩ ରନ୍‌ରେ ଆଗୁଆ ରହିଥିବା ବିଦର୍ଭ ଦ୍ୱିତୀୟ ଇନିଂସରେ ୨୯୨ ରନ୍‌ କରିଥିଲା। ଫଳରେ ମୁମ୍ବାଇ ଆଗରେ ୪୦୬ ରନର ବିଜୟଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ମୁମ୍ବାଇ ମ୍ୟାଚର ଅନ୍ତିମ ଦିନ ଅସମାପ୍ତ ଦ୍ୱିତୀୟ ସ୍କୋର ୮୩/୩ରୁ ବ୍ୟାଟିଂ ଆରମ୍ଭ କରିଥିଲା। ମୁମ୍ବାଇ ତା’ର ବଳକା ୭ ଉଇକେଟରେ ୨୪୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ଶାର୍ଦ୍ଦୁଳ ଠାକୁର ୬୬, ସାମ୍ସ ମୁଲାନି ୪୬ ଓ ଆକାଶ ଆନନ୍ଦ ୩୯ ରନ୍‌ କରିଥିଲେ। ବିଜୟୀ ବିଦର୍ଭ ପାଇଁ ହର୍ଶ ଦୁବେ ୫ ଉଇକେଟ ନେଇଥିବା ବେଳେ ୟଶ ଠାକୁର ଓ ପାର୍ଥ ରେଖାଡେ ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?