Posted inଖେଳ

ଅଲିମ୍ପିକ୍ସ ଆର୍ଚେରି ଚୟନ ଶିବିରକୁ ରଞ୍ଜିତ ମନୋନୀତ

ଭୁବନେଶ୍ୱର,୨୪।୧୧: ଅନ୍ତର୍ଜାତୀୟ ତୀରନ୍ଦାଜ ରଞ୍ଜିତ ନାଏକ ୨୦୨୦ ଟୋକିଓ ଅଲିମ୍ପିକ୍ସ ଚୟନ ଶିବିରକୁ ମନୋନୀତ ହୋଇଛନ୍ତି। ଫଳରେ ଝାଡ଼ଖଣ୍ଡର ଜାମସେଦପୁରସ୍ଥିତ ଜେଆରଡି ଟାଟା ସ୍ପୋଟର୍‌ସ କମ୍ପ୍ଲେକ୍ସରେ ସୋମବାରଠାରୁ ଆରମ୍ଭ ହୋଇଥିବା ଚୟନ ଶିବିରରେ ସେ ଯୋଗଦେଇଛନ୍ତି। ଏଥିରୁ ୪ଜଣ ରିକର୍ଭ ପୁରୁଷ ଓ ୪ ଜଣ ରିକର୍ଭ ମହିଳା ମନୋନୀତ ହୋଇ ପୁଣେସ୍ଥିତ ଏଏସ୍‌ଆଇଠାରେ ଚାଲିଥିବା ପ୍ରଶିକ୍ଷଣ ଶିବିରରେ ଯୋଗଦେବେ। କିସ୍‌ ଛାତ୍ର ରଞ୍ଜିତ ଓଡ଼ିଶାର ଏକମାତ୍ର ତୀରନ୍ଦାଜଭାବେ ଏହି ଶିବିରରେ ଯୋଗ ଦେଇଛନ୍ତି। ସର୍ବଦା କ୍ରୀଡ଼ା ପ୍ରତିଭାମାନଙ୍କୁ ପ୍ରୋତ୍ସାହିତ ଯୋଗାଇ ଆସୁଥିବା କିସ୍‌ ପ୍ରତିଷ୍ଠାତା ଏମ୍‌ପି ଅଚ୍ୟୁତ ସାମନ୍ତ ରଞ୍ଜିତଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କ ସଫଳତା କାମନା କରିଛନ୍ତି। ରଞ୍ଜିତ ପୂର୍ବରୁ ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ବ୍ୟକ୍ତିଗତ ବର୍ଗରେ ରୌପ୍ୟ ଓ ଦଳଗତ ବର୍ଗରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ୨୦୧୫ରେ ସେ ସାଂଘାଇଠାରେ ଅନୁଷ୍ଠିତ ବିଶ୍ୱକପ୍‌ ଷ୍ଟେଜ୍‌-୧ ଓ ଷ୍ଟେଜ୍‌-୨ରେ ଅଂଶଗ୍ରହଣ କରିଥିବା ବେଳେ ୨୦୧୪ରେ ତାଇପେଠାରେ ଅନୁଷ୍ଠିତ ଏସୀୟ ଗ୍ରାଁ ପ୍ରି ଚାମ୍ପିୟନଶିପ୍‌, ୨୦୧୩ରେ ଚାଇନାର ଉକ୍ସିଠାରେ ଅନୁଷ୍ଠିତ ବିଶ୍ୱ ଯୁବ ଚାମ୍ପିୟନଶିପ୍‌ରେ ମଧ୍ୟ ଅଂଶଗ୍ରହଣ କରିଥିଲେ। ୨୦୧୩ରେ ଆସାମର କୋକ୍ରାଝରଠାରେ ଅନୁଷ୍ଠିତ କନିଷ୍ଠ ଜାତୀୟ ତୀରନ୍ଦାଜୀ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ, ୨୦୧୩-୧୪ରେ ସବ୍‌-ଜୁନିୟର ଜାତୀୟ ତୀରନ୍ଦାଜୀ ପ୍ରତିଯୋଗିତାରେ ୪ଟି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଜାମସେଦପୁରସ୍ଥିତ ଚୟନ ଶିବିରକୁ ତାଙ୍କ ସହ ପ୍ରଶିକ୍ଷକ ରାଜେଶ ହଁାସଦା ମଧ୍ୟ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri