ଅନାସ୍ଥାରେ ହାରିଲେ ରଣପୁର ସରପଞ୍ଚ

ସିଂହପୁର,୬।୧୧(ଅନଙ୍ଗ ଉଦୟ ବେଉରିଆ): ଅନାସ୍ଥା ଭୋଟରେ ହାରିଲେ ବିଞ୍ଝାରପୁର ବ୍ଲକ ରଣପୁର ପଞ୍ଚାୟତ ସରପଞ୍ଚ ରିୟଙ୍କା ଜେନା। ପଞ୍ଚାୟତର ୧୫ଜଣ ୱାର୍ଡସଭ୍ୟଙ୍କ ମଧ୍ୟରୁ ୧୧ଜଣ ଅନାସ୍ଥା ଭୋଟରେ ଭାଗ ନେଇଥିବା ବେଳେ ରିୟଙ୍କାଙ୍କ ବିପକ୍ଷରେ ପଡିଥିଲା ୧୧ଖଣ୍ଡ ଭୋଟ। ପୂର୍ବରୁ ଗତ ମାସ ୮ ତାରିଖରେ ଏହି ଅନାସ୍ଥା ଭୋଟ ହେବାର ଥିବାବେଳେ ଜଣେ ୱାର୍ଡସଭ୍ୟଙ୍କୁ ଅପହରଣ କରି ନିଆଯାଇଥିଲା। ଫଳରେ ଭୋଟ ପ୍ରକ୍ରିୟା ବନ୍ଦ ରହିଥିଲା। ଅପହରଣ ହୋଇଥିବା ୱାର୍ଡ ସଭ୍ୟଙ୍କୁ ଉଦ୍ଧାର ପରେ ଆଜି ପୁଣି ରଣପୁର ପଞ୍ଚାୟତ କାର୍ଯ୍ୟାଳୟରେ ଅନାସ୍ଥା ଭୋଟ ଅନୁଷ୍ଠିତ ହୋଇଥିଲା ।

ଦଶରଥପୁରର ତହସିଲଦାର ଶୁଭ୍ରାଂଶୁ ଶେଖର ସାହୁ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ଅନାସ୍ଥା ଭୋଟ ପରିଚାଳନା କରିଥିଲେ। ପୋଲିସ ପକ୍ଷରୁ କଡା ସୁରକ୍ଷା ବଳୟ ମଧ୍ୟରେ ଏହି ଅନାସ୍ଥା ଭୋଟ ହୋଇଥିଲା। ପଞ୍ଚାୟତରେ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ପଞ୍ଚାୟତର ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri