ପ୍ରଶଂସକଙ୍କ ଭିଡ଼ରେ ଫସିଲେ ରଣବୀର, କାର୍‌ ଉପରେ ଚଢ଼ି ଦେଲେ ଏମିତି ପ୍ରତିକ୍ରିୟା

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର ସିଂହ ଅଧିକାଂଶ ସମୟ ଚର୍ଚ୍ଚାରେ ରହିଥାନ୍ତି। କେବେ ନଜର ଫ୍ୟାଶନ ଷ୍ଟାଇଲ୍‌କୁ ନେଇ ତ କେବେ ଥ୍ରୋବ୍ୟାକ୍‌ ଫଟୋ କିମ୍ବା ଭିଡିଓ ଶେୟାର କରି ପ୍ରଶଂସକଙ୍କ ନିକଟତର ହୋଇଥାନ୍ତି। ଏବେ ରଣବୀରଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି। ଯାହା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଭିଡିଓରେ ରଣବୀରଙ୍କୁ ପ୍ରଶଂସକମାନେ ଘେରି ଯାଇଥିବା ଦେଖିବାକୁ ମିଳିଛି। ଏତେ ଭିଡ଼ ଯେ, ରଣବୀରଙ୍କ କାର୍‌ ଆଗକୁ ଯାଇପାରିଲା ନାହିଁ। ଶେଷରେ ସେ କାର୍‌ ଉପରେ ଚଢ଼ି ପ୍ରଶଂସକଙ୍କୁ ଅଭିବାଦନ ଜଣାଉଥିବା ନଜର ଆସିଛନ୍ତି।


ଏକ ଶୁଟିଂ ସାରି ରଣବୀର ଫେରୁଥିଲେ। ଏହି ସମୟରେ ତାଙ୍କୁ ଦେଖିବା ପାଇଁ ପ୍ରଶଂସକଙ୍କ ଭିଡ଼ ଜମିଥିଲା। ଶେଷରେ ପରିସ୍ଥିତି ଏପରି ହୋଇଥିଲା ଯେ, ଭିଡ଼ ମଧ୍ୟରେ ରଣବୀର ଦୀର୍ଘ ସମୟ ଫସି ଯାଇଥିଲେ। ତେଣୁ ଭିଡ଼କୁ ନିୟନ୍ତ୍ରଣ କରିବା ଏବଂ କରୋନା ମହାମାରୀରୁ ଦୂରେଇ ରହିବା ପାଇଁ ସେ କାର୍‌ ଉପରେ ଚଢ଼ି ପ୍ରଶଂସକମାନଙ୍କୁ ଅନୁରୋଧ କରିଥିଲେ।

 

View this post on Instagram

 

#RanveerSingh snapped post his shoot. Climbs up on his car so he can address his fans well. 📽 Rachana Shah

A post shared by Viral Bhayani (@viralbhayani) on

ଏହି ଭିଡିଓକୁ ବିରଲ ଭୟାନୀ ତାଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଭିଡିଓରେ ରଣବୀର ପ୍ରଶଂସକମାନଙ୍କୁ ଖୁବ୍‌ ପ୍ରତିକ୍ରିୟା ମଧ୍ୟ ଦେଇଥିବା ଦେଖିବାକୁ ମିଳିଛି। ସେ ଖୁବ୍‌ଶ୍ରୀଘ୍ର ଫିଲ୍ମ ‘୮୩’ରେ ନଜର ଆସିବେ। ୧୯୮୩ରେ ଭାରତୀୟ କ୍ରିକେଟ ଟିମ୍‌ର ଐତିହାସିକ ବିଜୟ ଉପରେ ଆଧାରିତ ଏହି ଫିଲ୍ମରେ ରଣବୀର କପିଳ ଦେବଙ୍କ ଭୂମିକାରେ ନଜର ଆସିବେ। ଏଥିରେ ଦୀପିକା ପାଦୁକୋନଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଖୁବ୍‌ ଶୀଘ୍ର ବଡ଼ପରଦାରେ ଏହି ଫିଲ୍ମ ଦର୍ଶକଙ୍କ ମନୋରଞ୍ଜନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri