ଏହି ଦୁଇ କଳାକାରଙ୍କୁ ମିଳିଲା ‘ମହାରାଷ୍ଟ୍ରିଆନ ଅଫ ଦ ଇୟର’ ଆୱାର୍ଡ

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର ସିଂଙ୍କ ପରିଚୟର ଆବଶ୍ୟକତା ନାହିଁ । ସୋସିଆଲ ମିଡିଆରେ ବି ତାଙ୍କର ଫ୍ୟାନ ଫଲୋଇଙ୍ଗସ ଜବରଦସ୍ତ । ଏହି କଳାକାର ନିଜ ଅଭିନୟ ବଳରେ ବଲିଉଡ ଇଣ୍ଡଷ୍ଟ୍ରିରେ ତିଆରି କରିଛନ୍ତି ନିଜର ଏକ ସ୍ୱତନ୍ତ୍ର ପରିଚୟ । ତାଙ୍କ ସଫଳତାର କାହାଣୀ ବି ଅନେକଙ୍କୁ ବେଶ ଜଣା । ଏବେ ଏହି ସଫଳତାର ତାଲିକାରେ ଆଉ ଏକ ଫର୍ଦ୍ଦ ଯୋଡି ହୋଇଛି । ରଣବୀରଙ୍କୁ ଚଳିତ ବର୍ଷ ‘ମହାରାଷ୍ଟ୍ରିଆନ୍ ଅଫ ଦ ଇୟର’ ଆୱାର୍ଡରେ ସମ୍ମାନୀତ କରାଯାଇଛି । ଏହାର ଏକ ଫଟୋ ରଣବୀର ସୋସିଆଲ ମିଡିଆରେ ଶେୟାର କରିଛନ୍ତି ।
ଫଟୋରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରଣବୀରଙ୍କୁ ଆୱାର୍ଡ ଦେଉଥିବା ଦେଖାଯାଇଛି । ଏହାସହ ଫଟୋରେ ମହାରାଷ୍ଟ୍ର ଉପମୁଖମନ୍ତ୍ରୀ ଦେବେନ୍ଦ୍ର ଫଡନଭିଶ ଓ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ବି ନଜର ଆସିଛନ୍ତି । ଏହି ଫଟୋ ଶେୟାର କରି ରଣବୀର ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହି ଫଟୋର କ୍ୟାପଶନରେ ରଣବୀର ଲେଖିଛନ୍ତି, ‘ମହାରାଷ୍ଟ୍ରିଆନ ଅଫ ଦ ଇୟର’ । ମହାରାଷ୍ଟ୍ର ମୋର ଘର, ମୋର ଗୌରବ । ଭାରତର ବଡ ବଡ ନେତା, ଶ୍ରୀ ଏକନାଥ ଶିନ୍ଦେ ଜୀ, ଶ୍ରୀ ଦେବେନ୍ଦ୍ର ଫହନଭିଶ ଜୀ, ଶ୍ରୀ ପ୍ରମୋଦ ସାୱନ୍ତ ଜୀଙ୍କଠାରୁ ସମ୍ମାନୀତ ହୋଇ ମୁଁ ବହୁତ ଖୁସି, ଆୱାର୍ଡ ପାଇଁ ଧନ୍ୟବାଦ ।
କେବଳ ସେତିକି ନୁହେଁ, ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀଙ୍କୁ ବି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସମ୍ମାନୀତ କରୁଥିବା ଦେଖାଯାଇଛି । ସେ ବି ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ଶେୟାର କରି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି । କିଆରାଙ୍କୁ ବି ‘ମହାରାଷ୍ଟ୍ରୀଆନ ଅଫ ଦ ଇୟର’ ଆୱାର୍ଡ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri