ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର, ଦେଢ଼ ମାସ ବିତିଯାଇଥିଲେ ବି କାର୍ଯ୍ୟାନୁଷ୍ଠାନ ଶୂନ

ମୋରଡ଼ା,୧୧ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନାରେ ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ହୋଇଥିବା ବେଳେ ଘଟଣା ଘଟିବାର ଦେଢ଼ ମାସ ବିତିଯାଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବା ଅଭିଯୋଗରେ ନାବାଳିକାଙ୍କ ମାତାପିତାଙ୍କ ସହିତ ସମାଜସେବୀ, କୁଡୁମୀ ସେନା, ପେସାର ସଦସ୍ୟ, ଭାଜପା ନେତ୍ରୀଙ୍କ ସହିତ ସ୍ଥାନୀୟ ଅଞ୍ଚଳବାସୀ ମୋରଡ଼ା ଥାନା ଆଗରେ ଧାରଣାରେ ବସିଛନ୍ତି।

ଘଟଣା ମୁତାବକ, ଗତ ଜୁଲାଇ ୧୩ ତାରିଖରେ ଉକ୍ତ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷର ଆଦିବାସୀ ନାବାଳକ ବିଭିନ୍ନ ପ୍ରଲୋଭନ ଦେଖାଇ ସ୍ଥାନୀୟ ଏକ ବୁଦା ନିକଟରେ ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରିଥିବା ନେଇ ଶିଶୁକନ୍ୟାଙ୍କ ମା’ ମୋରଡ଼ା ଥାନାରେ ଲିଖିତ ଅଭିଯୋଗ କରିବା ପରେ ୧୯୧/୨୪ରେ ଏକ ମାମଲା ରୁଜୁ ହୋଇଥିଲା।

ତେବେ ଘଟଣା ଘଟିବାର ପାଖାପାଖି ଦୁଇମାସ ହୋଇଯାଇଥିଲେ ମଧ୍ୟ ପୋଲିସ ନାବାଳକଙ୍କୁ ଗିରଫ କରି ପାରିନାହିଁ। ତେଣୁ ବୁଧବାର ଶିଶୁକନ୍ୟାଙ୍କ ପିତାମାତାଙ୍କ ସହିତ ସମାଜସେବୀ ଗୀତା ହେମ୍ବ୍ରମ,କୁଡୁମୀ ସେନା ସଦସ୍ୟ ବିଶ୍ୱନାଥ ମହାନ୍ତ,ବ୍ରଜକିଶୋର ନାଏକ,ପେସା ସଦସ୍ୟ ତପନ ମୁର୍ମୁ, ସ୍ଥାନୀୟ ଅଞ୍ଚଳବାସୀ ସାଗରାମ ମୁର୍ମୁ, ମଙ୍ଗଲ ହାଁସଦା, ଭାଜପା ମୋରଡ଼ା ମଣ୍ଡଳ ମହିଳା ସଭାପତି କୁମୁଦିନୀ ମହାକୁଡ଼ ମୋରଡ଼ା ଥାନା ଆଗରେ ଆଜି ଅପରାହ୍ନରେ ଧାରଣାରେ ବସିଛନ୍ତି। ଥାନା ଅଧିକାରୀ ସତ୍ୟ ନାରାୟଣଙ୍କୁ ଘଟଣା ବାବଦରେ ତଥା ଦୋଷୀଙ୍କୁ ଗିରଫ କରିବା ବିଷୟରେ ପଚାରିବାରୁ ରାଗି ଯାଉଛନ୍ତି ବୋଲି ଅଭିଯୋଗ କରିଛନ୍ତି ସମାଜସେବୀ ଗୀତା ହେମ୍ବ୍ରମ। ତେବେ ଘଟଣା ବାବଦରେ ଶ୍ରୀ ବଳଙ୍କୁ ପଚାରିବାରୁ ଉକ୍ତ ଘଟଣାକୁ ନେଇ ଏକ ଟିମ୍‌ ଗଠନ କରାଯାଇଛି ଏବଂ ପୋଲିସ ତଦନ୍ତ ଜାରି ରଖିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri