Posted inଜାତୀୟ

କୋର୍ଟ ବିଲ୍ଡିଂରୁ ଡେଇଁ ପ୍ରାଣ ହରାଇଲେ ବଳାତ୍କାରୀ ଅଭିଯୁକ୍ତ

ଫରିଦାବାଦ,୧।୫: ଜଣେ ୨୧ ବର୍ଷୀୟ ବଳାତ୍କାର ଅଭିଯୁକ୍ତ ଶନିବାର ଫରିଦାବାଦ କୋର୍ଟ ବିଲ୍ଡିଂର ୬ଷ୍ଠ ମହାଲାରୁ ଡେଇଁ ପ୍ରାଣ ହରାଇଛନ୍ତି। ଜାମିନ ଆବେଦନର ଶୁଣାଣି ପାଇଁ ତାଙ୍କୁ କୋର୍ଟ ଅଣା ଯାଇଥିଲା। ଅଭିଯୁକ୍ତ ସୁରଜଙ୍କ ବାପା ମା’ ଶୁଣାଣି ବେଳେ ତାଙ୍କ ସହ ଉପସ୍ଥିତ ଥିଲେ। ବଳାତ୍କାର ଅଭିଯୋଗ ଆଣିଥିବା ଝିଅ ସହ ସେମାନଙ୍କ ପୁଅର ବିବାହ ହୋଇଥିଲା। କିନ୍ତୁ ପରେ ଝିଅର ବାପା ମା’ ଟଙ୍କା ଦାବି କରିଥିଲେ। ଏଥିରେ ସେ ଚିନ୍ତିତ ଥିଲେ।
ଗାଜିଆବାଦ ବାସିନ୍ଦା ସୁରଜ ଫରିଦାବାଦର ଏକ ବେସରକାରୀ ଫାର୍ମରେ କାମ କରୁଥିଲେ। ଗତ ବର୍ଷ ଜୁନ ୧୫ ତାରିଖରେ ତାଙ୍କ ବିରୋଧରେ ଖେରି ପୁଲ ଥାନାରେ ଏଫ୍‌ଆଇଆର୍‌ ରୁଜୁ କରାଯାଇଥିଲା। ଏହାର ୭ ଦିନ ପରେ ସେ ଗିରଫ ହୋଇଥିଲେ। ତାଙ୍କୁ ଅଗଷ୍ଟ ୧୧ ତାରିଖରେ ଆନ୍ତରୀଣ ଜାମିନ ମିଳିଥିଲା। ଶନିବାର ତାଙ୍କ ନିୟମିତ ଜାମିନ ଶୁଣାଣି ପାଇଁ କୋର୍ଟକୁ ଆସିଥିଲେ। ଶୁଣାଣି ପରେ ବାପା ମା’ ଚିନ୍ତିତ ଥିବା ବେଳେ ସୁରଜ ବିଚଳିତ ହୋଇ କୋର୍ଟ ବାହାରକୁ ଚାଲି ଯାଇଥିଲେ।
ସୁରଜ କୋର୍ଟ ବିଲ୍ଡିଂରୁ ଡେଇଁଲା ବେଳେ ସେମାନେ ତାଙ୍କଠାରୁ କିଛି ଦୂରରେ ଥିଲେ ବୋଲି କହିଛନ୍ତି। ପୋଲିସ ତାଙ୍କୁ ତୁରନ୍ତ ହସ୍ପିଟାଲ ନେଇଥିଲା। ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri