ବିବାହ ଫସର ଫାଟିଲା: ବରବେଶରେ ଗିରଫ ହେଲେ ବଳାତ୍କାର ଅଭିଯୁକ୍ତ

ବରଗଡ଼ ଅଫିସ୍‌,୯।୫: ବରଗଡ଼ ଜିଲା ଭଟଲି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ଗଭର୍ବତୀ କରିବା ଅଭିଯୋଗରେ ଗତ ୨୦୧୭ ମସିହାରୁ ଫେରାର ଥିବା ଅଭିଯୁକ୍ତଙ୍କୁ ସୋମବାର ବରବେଶରେ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ ଭଟଲି ଥାନା କେଲେଣ୍ଡାପାଲି ପଞ୍ଚାୟତ ଅନ୍ତର୍ଗତ ଜଗତିପାଲି ଗ୍ରାମର କାଳିଆ ଓରଫ ଭାସ୍କର ବରିହା(୨୮)। ତାଙ୍କୁ ବରଗଡ଼ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବରଗଡ଼ ସବଜେଲ ହାଜତକୁ ପଠାଇ ଦିଆଯାଇଛି। ଏ ନେଇ ପୂର୍ବରୁ ଭଟଲି ଥାନା ପୋଲିସ ତାଙ୍କ ବିରୋଧରେ ଦଫା ୩୭୬ (୨) (ଏନ), ୩୧୩, ୫୧୧, ୨୯୪, ୫୦୬ ଆଇପିସି ଏବଂ ୪, ୬ ପକ୍ସୋ ଆକ୍ଟରେ ମାମଲା ରୁଜୁ କରିଥିଲା।
ପ୍ରକାଶ ଯେ, ଗିରଫ ଅଭିଯୁକ୍ତ କାଳିଆ ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ତାଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିଲେ। ୨୦୧୭ ମସିହାରେ ନାବାଳିକା ଜଣକ ଗର୍ଭବତୀ ହେବା ଜାଣିବା ପରେ ସେ ଆଉ ଧରାଛୁଆଁ ଦେଇ ନ ଥିଲେ ଏବଂ ଫେରାର୍‌ ହୋଇ ଯାଇଥିଲେ। ନାବାଳିକାଙ୍କ ପରିବାର ଲୋକେ ଏହା ଜାଣି ସେ ସମ୍ପର୍କରେ ଥାନାରେ ଏତଲା ଦେବା ପରେ ଭଟଲି ପୋଲିସ ମାମଲା ରୁଜୁ କରିଥିଲା। ଅଭିଯୁକ୍ତ ଜଣକ ତାମିଲନାଡୁକୁ ଫେରାର୍‌ ହୋଇଯାଇଥିବା ସୂଚନା ପାଇ ପୋଲିସ ସେଠାକୁ ୨ଥର ଯାଇ ଖାଲି ହାତରେ ଫେରିଥିଲା। ଇତିମଧ୍ୟରେ ଅଭିଯୁକ୍ତ ଜଣକ ଭଟଲି ଥାନା ନାରଙ୍ଗପୁର ପଞ୍ଚାୟତ ଖରମୁଣ୍ଡା ଗ୍ରାମର ନିଜ ମାମୁଁ ଘରେ ଆତ୍ମଗୋପନ କରିଥିଲେ ଏବଂ ଛତିଶଗଡ଼ ରାଜ୍ୟ ଲେନ୍ଧ୍ରା ଗ୍ରାମର ଜଣେ ଯୁବତୀଙ୍କ ସହିତ ତାଙ୍କର ବିବାହ ସ୍ଥିର ହୋଇଥିଲା। ସୋମବାର ବିବାହୋତ୍ସବ ଥିଲା। କାଳିଆ ଯିବା ପାଇଁ ବରବେଶରେ ବାହାରିଥିବା ବେଳେ କୌଣସି ସୂତ୍ରରୁ ସୂଚନା ପାଇ ପୋଲିସ ତାଙ୍କୁ ଥାନାକୁ ଉଠାଇ ଆଣିଥିଲା। ଘଟଣାଟି ଭଟଲି ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri