Posted inଜାତୀୟ

ପୋଲିସ ଗୁଳିରେ ପ୍ରାଣ ହରାଇଲେ ଖସି ପଳାଉଥିବା ଗଣବଳାତ୍କାର ଅଭିଯୁକ୍ତ

ଗୁଆହାଟି,୧୭।୩: ପୋଲିସ ଗୁଳିରେ ପ୍ରାଣ ହରାଇଛନ୍ତି ଏକ ନାବାଳିକା ଗଣବଳାତ୍କାର ଘଟଣାର ମୁଖ୍ୟ ଅଭିଯୁକ୍ତ। ସେ ପୋଲିସ ହେପାଜତରୁ ଖସି ପଳାଇବାକୁ ଉଦ୍ୟମ କଲା ବେଳେ ପ୍ରାଣ ହରାଇଥିବା ଜଣେ ପୋଲିସ ଅଧିକାରୀ କହିଛନ୍ତି।

ତାଙ୍କୁ ମଙ୍ଗଳବାର ରାତିରେ ତଦନ୍ତ ପାଇଁ ଘଟଣାସ୍ଥଳକୁ ନିଆଯାଇଥିଲା। ସେଠାରେ ସେ ଦୁଇ ପୋଲିସ କର୍ମୀଙ୍କୁ ଆକ୍ରମଣ କରି ଖସି ପଳାଇବାକୁ ଉଦ୍ୟମ କରିଥିଲେ। ଏଣୁ ପୋଲିସ ତାଙ୍କ ଉପରେ ଗୁଳି ଚଳାଇଥିଲା ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଅଭିଯୁକ୍ତଙ୍କୁ ଗୁଆହାଟୀ ମେଡିକାଲ କଲେଜ ହସ୍ପିଟାଲ (ଜିଏମ୍‌ସିଏଚ୍‌) ନିଆଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ।

୧୫ ବର୍ଷୀୟା ନାବାଳିକାଙ୍କୁ ଫେବୃୟାରୀରେ ଗୁଆହାଟିର ଏକ ହୋଟେଲରେ ୫ ଜଣ ଗଣବଳାତ୍କାର କରିଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣ ପୀଡ଼ିତାଙ୍କୁ ପୂର୍ବରୁ ଯୌନ ନିର୍ଯାତନା ଦେଇଥିଲେ। ଏ ଘଟଣା ସମ୍ପର୍କରେ ମାର୍ଚ୍ଚ ୮ ତାରିଖରେ ପୀଡ଼ିତାଙ୍କ ମା’ ଥାନାରେ ଅଭିଯୋଗ କରିଥିଲେ। ସେବେଠାରୁ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ମଙ୍ଗଳବାର କାମରୁପ ଜିଲାର ଦାମପୁର ଅଞ୍ଚଳରୁ ପୋଲିସ ଗିରଫ କରିଥିଲା। ତେବେ ଗତ ବର୍ଷ ମେ’ରେ ହେମନ୍ତ ବିଶ୍ୱା ଶର୍ମା ମୁଖ୍ୟମନ୍ତ୍ରୀ ହେବା ପରେ ଏପର୍ଯ୍ୟନ୍ତ ପୋଲିସ ଏନକାଉଣ୍ଟରରେ ୩୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୯ ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri