ଥାନାରେ ଆତ୍ମହତ୍ୟା କଲେ ବଳାତ୍କାର ଅଭିଯୁକ୍ତ: ପୋଲିସର କାର୍ଯ୍ୟଦକ୍ଷତା ଉପରେ ଉଠିଲା ପ୍ରଶ୍ନ

ନବରଙ୍ଗପୁର,୨୯।୪(ସଦାଶିବ ପ୍ରହରାଜ)- ନବରଙ୍ଗପୁର ଜିଲା ଡାବୁଗାଁ ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ପୋଲିସ ହେପାଜତରେ ରଖିଥିବା ସମୟରେ ଥାନା ଭିତରେ ହିଁ ଆତ୍ମହତ୍ୟା କରିଥିବା ଖବର ମିଳିଛି। ଏହି ଘଟଣା ପରେ ଏବେ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଉଠିଛି ବଡ଼ ପ୍ରଶ୍ନବାଚୀ।

ସୂଚନା ଅନୁଯାୟୀ, ମେଦେନା ପଞ୍ଚାୟତ ଅଞ୍ଚଳ ଗ୍ରାମର ଜଣେ ପୂର୍ଣ୍ଣ କଲାର ନାମକ ବ୍ୟକ୍ତିଙ୍କୁ ଏକ ବଳାତ୍କାର ମାମଲାରେ ଦୁଇ ଦିନ ତଳେ ଡାବୁଗାଁ ପୋଲିସ ଗିରଫ କରିଥିଲା। ଗତକାଲି ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ମଧ୍ୟ ଶେଷ ହୋଇଥିଲା। ଆଜି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥାନ୍ତା, କିନ୍ତୁ ତା’ ପୂର୍ବରୁ ଗତକାଲି ବିଳମ୍ବିତ ରାତିରେ ସେ ନିଜ ଚାଦରକୁ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଥାନା ଭିତରେ ୨୪ ଘଣ୍ଟା ପୋଲିସ କର୍ମଚାରୀଙ୍କ ଉପସ୍ଥିତି ସତ୍ତ୍ୱେ ଜଣେ ଆସାମୀ କିଭଳି ଆତ୍ମହତ୍ୟା କଲେ, ତାହାକୁ ନେଇ ଏବେ ସନ୍ଦେହ ଘନୀଭୂତ ହେବାରେ ଲାଗିଛି। ତେବେ ଏହା ପଛରେ ପୋଲିସର ଅବହେଳା ରହିଛି ନା ଅନ୍ୟ କିଛି କାରଣ, ତାହା ଉଚ୍ଚସ୍ତରୀୟ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri