Posted inଜାତୀୟ

ପୋଲିସ ଗୁଳିରେ ବଳାତ୍କାର ଅଭିଯୁକ୍ତଙ୍କ ମୃତ୍ୟୁ

ମୁମ୍ବାଇ,୨୩ା୯:ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା ଜେଲରୁ ତଦନ୍ତ ପାଇଁ ବଦଲାପୁରକୁ ଏକ ପୋଲିସ ଗାଡ଼ିରେ ନିଆଯାଉଥିବାବେଳେ ସେ ଜଣେ ପୋଲିସ ଅଧିକାରୀଙ୍କଠାରୁ ବନ୍ଧୁକ ଛଡ଼ାଇନେଇ ଗୁଳି ଚଳାଇଥିଲେ। ଏଥିରେ ୨ ଜଣ ପୋଲିସ ଆହତ ହୋଇଥିଲେ। ପୋଲିସ୍‌ର ପାଲଟା ଗୁଳିରେ ଅକ୍ଷୟଙ୍କ ଗୁରୁତର ଆହତ ହୋଇଥିଲେ। ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ୨୩ ବର୍ଷୀୟ ଅକ୍ଷୟଙ୍କୁ ଗତ ଅଗଷ୍ଟ ମାସରେ ଏକ ନର୍ସରୀ ସ୍କୁଲର ସଫେଇ କର୍ମଚାରୀ ଭାବେ ଚୁକ୍ତିଭିତ୍ତିକ ନିଯୁକ୍ତି ଦିଆଯାଇଥିଲା। ସେହି ମାସରେ ସେ ସ୍କୁଲ୍‌ ଓ୍ବାଶରୁମ୍‌ରେ ୩ ବର୍ଷ ଓ ୪ ବର୍ଷ ବୟସର ଦୁଇ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ ଅଗଷ୍ଟ ୧୭ରେ ଗିରଫ ହୋଇଥିଲେ। ବମ୍ବେ ହାଇକୋର୍ଟ ଏହି ମାମଲାକୁ ନିଜ ଆଡ଼ୁ ବିଚାର ପାଇଁ ଗ୍ରହଣ କରି ତଦନ୍ତରେ ବିଳମ୍ବ ପାଇଁ ପୋଲିସକୁ ଭର୍ତ୍ସନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗମନାଗମନରେ ଘୋଡ଼ାଘାଟ ନଦୀ ସାଜିଛି ବାଧକ: ଲୋକେ ହନ୍ତସନ୍ତ

ନୂଆପଡ଼ା,୭ା୫ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଚୁଲାଭାଟ ପଞ୍ଚାୟତ ଭଇଷାଦାଦର ଗଁାର ବରପଦର ପଡ଼ାବାସୀଙ୍କ ଗମନାଗମନରେ ଘୋଡ଼ାଘାଟ ନଦୀ ବାଧକ ସାଜିଛି। ବରପଦର ପଡ଼ାରେ ୨୦ରୁ ଊର୍ଦ୍ଧ୍ୱ…

ଉଚ୍ଛେଦ ହେଉଛି, ଥଇଥାନ ହେଉନି: ଜୀବନ ଜୀବିକା ଦୁର୍ବିଷହ

ବରଗଡ଼,୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ସହରରେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଏହି ଉଚ୍ଛେଦ ଅଭିଯାନରେ ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ୱାର୍ଡରେ ଜବରଦଖଲକୁ…

ପିଏଙ୍କ ହତ୍ୟା ପରେ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ, ସିଧା କହିଦେଲେ ହତ୍ୟାକାରୀ…ପଶ୍ଚିମବଙ୍ଗରେ ଚହଳ

କୋଲକାତା,୭।୫: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିର ନିର୍ୱାଚନୀ ବିଜୟ ମଧ୍ୟରେ, ଏକ ଚାଞ୍ଚଲ୍ୟକର ଅପରାଧ ଘଟିଛି। ଏହି ଘଟଣାରେ, ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ହତ୍ୟା କରାଯାଇଥିବା ସୂଚନା…

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri