Posted inଜାତୀୟ

ଝିଅ ବଳାତ୍କାରୀଙ୍କୁ ହତ୍ୟା କରି ପ୍ରତିଶୋଧ ନେଲେ ବାପା

ନୂଆଦିଲ୍ଲୀ,୨୨।୮ : ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ୩୨ ବର୍ଷୀୟ ଯୁବକଙ୍କୁ ହତ୍ୟା କରିଛନ୍ତି ପୀଡ଼ିତାଙ୍କ ବାପା। ଗୁରୁବାର ରାତିରେ ଏଭଳି ଘଟଣା ଘଟିଛି ରାଜକୋଟର ସନ୍ତ କବିର ରୋଡ୍‌ ଅଞ୍ଚଳରେ। ପୋଲିସ ବଳାତ୍କାର ପୀଡ଼ିତାଙ୍କ ବାପା ଓ ତାଙ୍କ ସାଙ୍ଗ ଦୀନେଶଙ୍କୁ ବିଜୟ ମେରଙ୍କ ହତ୍ୟା ମାମଲାରେ ଗିରଫ କରିଛି।

ରାଜକୋଟର କନକ ନଗର ଅଞ୍ଚଳ ବାସୀନ୍ଦା ବିଜୟ କିଛି ଦିନ ତଳେ ଜାମିନରେ ଜେଲରୁ ବାହାରିଥିଲେ। ତାଙ୍କୁ ନାବାଳିକାଙ୍କ ବାପା ଓ ତାଙ୍କ ସାଙ୍ଗ ହତ୍ୟା କରିଥିବା ଅଭିଯୋଗ ଆଣିଥିଲେ ବିଜୟଙ୍କ ବଡ଼ ଭାଇ ଅଶ୍ୱିନ ମେର (୩୫)।

ପୋଲିସରେ କରାଯାଇଥିବା ଅଭିଯୋଗ ଅନୁଯାୟୀ, ହତ୍ୟାକାରୀଙ୍କ ନାବାଳିକା ଝିଅଙ୍କୁ ଗତବର୍ଷ ଅକ୍ଟୋବରରେ ନେଇ ପଳାଇଥିଲେ ବିଜୟ। ପରେ ଝିଅର ବାପା ବିଜୟଙ୍କ ନାମରେ ଅପହରଣ ଅଭିଯୋଗ ଆଣିଥିଲେ। ପୋଲିସ ନାବାଳିକା ଓ ବିଜୟଙ୍କୁ ଗତ ମାର୍ଚ୍ଚରେ ଜୁନାଗଡ଼ରୁ ଉଦ୍ଧାର କରିଥିଲା। ନାବାଳିକାଙ୍କୁ ବଳାତ୍କାର ଓ ପୋକ୍ସୋ ଆଇନରେ ବିଜୟଙ୍କୁ ଗିରଫ କରାଯାଇଥିଲା। ସେବେ ଠାରୁ ସେ ଜେଲରେ ଥିଲେ। କିଛି ସପ୍ତାହ ତଳେ ତାଙ୍କୁ ଜାମିନରେ ଛାଡ଼ି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri