ବଳାତ୍କାର ଅଭିଯୁକ୍ତଙ୍କୁ ଜେଲ

ଢେଙ୍କାନାଳ,୨୭ା୬(ରତନ ନାୟାର): ଜଣେ ଦଳିତ ସମ୍ପ୍ରଦାୟର ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୁକ୍ତଙ୍କୁ ଢେଙ୍କାନାଳ ଫାଷ୍ଟଟ୍ରାକ୍‌ ଅଦାଲତ ସୋମବାର ଦୋଷୀ ସାବ୍ୟସ୍ତ କରିବା ସହ ୭ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ୨୬ ଅକ୍ଟୋବର ୨୦୨୦ରେ ଅଭିଯୁକ୍ତ ନିରଞ୍ଜନ ମହାରଣା ସମ୍ପୃକ୍ତା ନାବାଳିକାଙ୍କୁ ବଜାରରୁ ଫଳ ଆଣିବା ପାଇଁ ଡାକିଥିଲେ। ନାବାଳିକା ଜଣକ ନିକଟସ୍ଥ ବଜାରରୁ ଫଳ କିଣି ସାରିବା ପରେ ଅଭିଯୁକ୍ତ ତାଙ୍କୁ ବାଇକ୍‌ରେ ନେଇ କଙ୍କଡାହାଡ ପାଖ ଜଙ୍ଗଲରେ ବଳାତ୍କାର ଉଦ୍ୟମ କରିଥିଲେ। ତେବେ ନାବାଳିକା ଜଣକ କୌଶଳକ୍ରମେ ଖସି ପଳାଇ ଆସି ନିକଟସ୍ଥ କାରନ୍ଦା ଗ୍ରାମର ଜମେ ବ୍ୟକ୍ତିଙ୍କ ଘରେ ଆଶ୍ରୟ ନେବା ସହ ବାପାଙ୍କ ପାଖକୁ ଫୋନ କରିଥିଲେ। ପରେ ବାପା ସେଠାରେ ପହଁଚି ଝିଅକୁ ଉଦ୍ଧାର କରିଥିଲେ। ଏ ସଂକ୍ରାନ୍ତରେ ନାବାଳିକାଙ୍କ ପରିବାର ପକ୍ଷରୁ କଙ୍କଡାହାଡ ଥାନାରେ ଅଭିଯୋଗ କରାଯାଇଥିଲା। ପୋଲିସ ନଂ. ୧୧୫/୨୦ରେ ଏକ ମାମଲାରେ ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଫାଷ୍ଟଟ୍ରାକ ଅଦାଲତର ବିଚାରପତି ଡ. ସୂର୍ଯ୍ୟମଣି ମହାପାତ୍ର ଏହି ମାମଲାରେ ସିଟି ସ୍ପେଶାଲ କେସ୍‌ ନଂ-୭୨/୨୦ର ବିଚାରକରି ୧୫ଜଣଙ୍କ ସାକ୍ଷ୍ୟପ୍ରମାଣ, ଡାକ୍ତରୀ ରିପୋର୍ଟ ଓ ୧୩ଟି ଦସ୍ତାବିଜ୍‌କୁ ବିଚାରକୁ ନେଇ ଅଭିଯୁକ୍ତ ନିରଞ୍ଜନଙ୍କୁ ୭ବର୍ଷ କାରାଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜରିମନା ଆଦେଶ ପ୍ରଦାନ କରିଥିଲେ। ଏତଦ୍‌ବ୍ୟତୀତ ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ପୀଡିତାଙ୍କୁ ୨ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ପକ୍ଷରୁ ଏହି ମାମଲାକୁ ବରିଷ୍ଠ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ଜାହିର ମହମ୍ମଦ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri