Posted inଜାତୀୟ

ପୋଖରୀକୁ ଡେଇଁ ପଡ଼ିଲେ ବଳାତ୍କାର ଅଭିଯୁକ୍ତ: ଜଳକା ପାଲଟିଲା କ୍ରାଇମବ୍ରାଞ୍ଚ ଟିମ୍‌, ଆଉ ତା’ପରେ

ଗୁଆହାଟୀ,୨୪।୮: ଆସାମର ନାଗାଓଁ ଜିଲାର ଜଣେ ୧୪ ବର୍ଷର ବାଳିକାକୁ ଗଣବଳାତ୍କାର ମାମଲାରେ ମୁଖ୍ୟ ଅଭିଯୁକ୍ତ ତଫଜୁଲ ଇସଲାମର ଦେହାନ୍ତ ହୋଇଛି। ଆଜି ସକାଳ ୪ଟା ସମୟରେ ପୋଲିସ ଅଭିଯୁକ୍ତ ତାଫଜୁଲ ଇସଲାମକୁ କ୍ରାଇମବ୍ରାଞ୍ଚ ନେଇ ସିନ୍‌ ରିକ୍ରିଏଟ୍‌ କରିଥିଲା। ତା’ପରେ ଅଭିଯୁକ୍ତ ପୋଖରୀକୁ ଡେଇଁ ପଳାଇବାକୁ ଚେଷ୍ଟା କରିଥିଲା। ଏହି ସମୟରେ ଅଭିଯୁକ୍ତ ନିଜେ ପୋଖରୀରେ ବୁଡ଼ି ଯାଇଥିଲେ। ୨ ଘଣ୍ଟା ଧରି ଚାଲିଥିବା ତୀବ୍ର ଉଦ୍ଧାର କାର୍ଯ୍ୟ ପରେ ଅଭିଯୁକ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।

ଏସପି ନାଗାଓଁ ସ୍ବପ୍ନିଲ ଡେକା କହିଛନ୍ତି, ଏହି ମାମଲାରେ ପୋଲିସ ତାଙ୍କୁ ପୂର୍ବରୁ ଗିରଫ କରିଥିଲା। ଗତକାଲି ରାତିରେ ପୋଲିସ ଟିମ ତାଙ୍କୁ ଘଟଣାସ୍ଥଳକୁ ନେଇ ଯାଇଥିବା ବେଳେ ମୁଖ୍ୟ ଅଭିଯୁକ୍ତ ଜଣକ ଖସିଯିବାକୁ ଚେଷ୍ଟା କରୁଥିବା ବେଳେ ଘଟଣାସ୍ଥଳ ନିକଟରେ ଥିବା ଏକ ପୋଖରୀକୁ ଡେଇଁପଡିଥିଲେ। ଆମର ପୋଲିସ କର୍ମଚାରୀମାନେ ସର୍ଚ୍ଚ ଅପରେସନରେ ନିୟୋଜିତ ଥିଲେ ଏବଂ ଏସ୍‌ଡିପିଓ ଟିମ ସହାୟତାରେ ଆମେ ଆଜି ସକାଳେ ପୋଖରୀରୁ ତାଙ୍କ ମୃତଦେହ ଉଦ୍ଧାର କରିଥିଲୁ।
ଆସାମର ଢିଙ୍ଗ ଅଞ୍ଚଳରେ ଜଣେ ନାବାଳିକାକୁ ଗଣବଳାତ୍କାର ଅଭିଯୋଗରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ସରମା କହିଛନ୍ତି, ମୁଁ କେବଳ ଗୋଟିଏ କଥା କହିବାକୁ ଚାହେଁ। ଯେତେବେଳେ ମହିଳାଙ୍କ ପ୍ରତି କୌଣସି ଅତ୍ୟାଚାର କରାଯାଏ, ଆମେ ତୁରନ୍ତ ପଦକ୍ଷେପ ନେବା ଉଚିତ୍‌। ଫଳରେ ଜନସାଧାରଣ ଏହା ଶିଖିବା ଉଚିତ୍‌। ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ।
ଦଶମ ଶ୍ରେଣୀରେ ପଢୁଥିବା ନାବାଳକ ଗୁରୁବାର ସନ୍ଧ୍ୟାରେ ଟ୍ୟୁସନ କ୍ଲାସରୁ ଫେରୁଥିବା ବେଳେ ରାତି ୭ ରୁ ୮ ମଧ୍ୟରେ ତିନିଜଣ ବ୍ୟକ୍ତି ତାଙ୍କୁ ଆକ୍ରମଣ କରିଥିଲେ। ତାଙ୍କୁ ଗଣବଳାତ୍କାର କରିବା ପରେ ଆକ୍ରମଣକାରୀମାନେ ତାଙ୍କୁ ବୋରବେଟି ଅଞ୍ଚଳରେ ରାସ୍ତା କଡ଼ରେ ଫିଙ୍ଗି ଦେଇଥିଲେ। ପ୍ରାୟ ଏକ ଘଣ୍ଟା ପରେ ସ୍ଥାନୀୟ ଲୋକମାନେ ତାଙ୍କୁ ଉଲଗ୍ନ ଓ ଚେତାଶୂନ୍ୟ ଅବସ୍ଥାରେ ପାଇଲେ। ଏହି ଘଟଣା ସମ୍ପର୍କରେ ସ୍ଥାନୀୟ ବାସିନ୍ଦା ପୋଲିସକୁ ସୂଚନା ଦେଇଥିଲେ। ନାବାଳିକାକୁ ଉଦ୍ଧାର କରାଯାଇ ଚିକିତ୍ସା ସହାୟତା ପାଇଁ ହସ୍ପିଟାଲ୍‌କୁ ନିଆଯାଇଥିଲା। ଏହି ଘଟଣା ପରେ ଆସାମରେ ବ୍ୟାପକ ବିରୋଧ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri