ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖସିଲେ ବଳାତ୍କାରୀ

ବ୍ରହ୍ମପୁର ଅଫିସ,୧୭।୧୦: ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫାଷ୍ଟଟ୍ରାକ ପୋକ୍ସୋ ଜଜ୍‌ ଗଣେଶ୍ୱର ପତି ସୋମବାର ରାୟ ଶୁଣାଇଛନ୍ତି। ପ୍ରମାଣ ଅଭାବରୁ କୋର୍ଟ ଅଭିଯୁକ୍ତ ଜରଡ଼ା ଥାନା ଇଲାକାର ବିଜୁ ସାହୁ(୨୪)ଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଏନେଇ ମୁଦୁଲାଙ୍କ ପକ୍ଷରୁ ମକଦ୍ଦମା ପରିଚାଳନା କରୁଥିବା ଆଇନଜୀବୀ କପିଳେଶ୍ୱର ପଟ୍ଟନାୟକ ଓ ସୁଧୀର ନାୟକ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୨୦୧୯ ସେପ୍ଟମ୍ବର ୧୭ରେ ବିଜୁ ସାହୁ ଜଣେ ନାବାଳିକାଙ୍କୁ ଅପହରଣ କରିବା ସହ ତାଙ୍କୁ ଚିକିଟି ପେଣ୍ଠରେ ତାଙ୍କର ଏକ ବନ୍ଧୁଙ୍କ ଘରେ ରଖି ବଳାତ୍କାର କରିଥିଲେ। ପୀଡ଼ିତାଙ୍କ ବାପା ଏନେଇ ଜରଡ଼ା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୫୬/୧୯ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ବିଜୁ ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ତାଙ୍କୁ ହାଇକୋର୍ଟରୁ ଜାମିନ ମିଳିଥିଲା। ଉକ୍ତ ମାମଲାର ଶୁଣାଣି ବେଳେ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ତେବେ ୭ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ କୋର୍ଟରେ ଦାଖଲ କରିଥିବା ଚାର୍ଜସିଟକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳି ନ ଥିବାରୁ ଜଜ୍‌ ତାଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri