ମନ୍ତ୍ରୀଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ଭୁବନେଶ୍ୱର,୧୪ା୪ (ବ୍ୟୁରୋ): ଶାସକ ଦଳର ଜଣେ ମନ୍ତ୍ରୀଙ୍କ ନାଁରେ ବଳାତ୍କାର ଅଭିଯୋଗ ଆସିଛି। ଭୁବନେଶ୍ୱର ମହିଳା ଥାନାରେ ନିଜ ଦଳର ଜଣେ ନେତ୍ରୀ ଗୁରୁବାର ମନ୍ତ୍ରୀଙ୍କ ବିରୋଧରେ ଏହି ସଙ୍ଗିନ ଅଭିଯୋଗ ଆଣିଛନ୍ତି। ତେବେ ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ତଦନ୍ତ ଆରମ୍ଭ କରାଯାଇଥିବା ପୋଲିସ କହିଛି। ପୋଲିସ ଟିମ୍‌ ସମ୍ପୃକ୍ତା ନେତ୍ରୀଙ୍କୁ ପଚରାଉଚରା କରିବା ସହ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନେଇ ଡାକ୍ତରୀ ପରୀକ୍ଷା କରିଥିଲା। ହସ୍ପିଟାଲରୁ ବାହାରିବା ପରେ ନେତ୍ରୀ କହିଛନ୍ତି, କେସ ହୋଇଛି, ଏତଲା କପିରୁ ଜାଣିପାରିବେ। କମ୍ପ୍ରମାଇଜ କରିବାର ପ୍ରଶ୍ନ ଉଠୁ ନାହିଁ, ମାନସିକ ସ୍ତରରେ ଠିକ ନାହିଁ। ଏହା ମୋର ବ୍ୟକ୍ତିଗତ ବ୍ୟାପାର। ଆଇନ ଉପରେ ମୋର ଭରସା ଅଛି, ମୋତେ ନ୍ୟାୟ ମିଳିବ। ଦଳର ମୁଖିଆ ମୁଖ୍ୟମନ୍ତ୍ରୀଙ୍କ ଉପରେ ଯଥେଷ୍ଟ ଭରସା ଅଛି ବୋଲି ନେତ୍ରୀ ଜଣଙ୍କ କହିଛନ୍ତି। ଏ ସଂକ୍ରାନ୍ତରେ ଡିସିପି ପ୍ରତୀକ ସିଂ କହିଛନ୍ତି, ସ୍ପଷ୍ଟ ଭାବେ ମନ୍ତ୍ରୀଙ୍କ ନାଁରେ ମହିଳା ଜଣଙ୍କ ଅଭିଯୋଗ ଆଣିନାହାନ୍ତି। ଅଭିଯୋଗରେ କିଛି ଗୋଳମାଳିଆ ରହୁଛି। ପ୍ରାଥମିକ ଯାଞ୍ଚରୁ ଅଭିଯୋଗର ସତ୍ୟାସତ୍ୟ କିଛି ବାହାରି ନ ଥିବା ସିଂ କହିଛନ୍ତି। ତେବେ ଏହି ଘଟଣାକୁ ଚପାଇବାକୁ ଏତଲାକାରୀ ନେତ୍ରୀଙ୍କ ଉପରେ ମନ୍ତ୍ରୀଙ୍କ ପକ୍ଷରୁ ପ୍ରବଳ ଚାପ ପକାଯାଉଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। ଏନେଇ ଶୁକ୍ରବାର ଅଧିକ ସୂଚନା ମିଳିପାରିବ ବୋଲି ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri