Posted inଜାତୀୟ

ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲା: ଆନ୍ଦୋଳନରେ ସାମିଲ ହେଲା ଆଇଏମ୍‌ଏ

ନୂଆଦିଲ୍ଲୀ,୧୭ା୮: କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ପିଜି ମେଡିକାଲ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ମାମଲା ପ୍ରତିବାଦରେ ରେସିଡେଣ୍ଟ ଓ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ୫ ଦିନ ହେଲା ଜାରି ରହିଥିବାବେଳେ ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ) ସେଥିରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛି। ଶନିବାର ଦେଶର ସମସ୍ତ ସରକାରୀ, ଘରୋଇ ଏବଂ କର୍ପୋରେଟ୍‌ ହସ୍ପିଟାଲଗୁଡ଼ିକର ଓପିଡି ଏବଂ ଅଣଜରୁରୀ ସେବା ୨୪ ଘଣ୍ଟା ପାଇଁ ବନ୍ଦ ରଖିବାକୁ ଗୁରୁବାର ଆଇଏମ୍‌ଏ ଆହ୍ବାନ ଦେଇଛି।

ଡାକ୍ତରୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ଉତ୍ତେଜନା ବିସ୍ଫୋରକ ରୂପ ଧାରଣ କରିଥିବାବେଳେ ଡାକ୍ତରମାନଙ୍କ କାର୍ଯ୍ୟବନ୍ଦ ଯୋଗୁ ରୋଗୀସେବା ବ୍ୟାହତ ହୋଇଛି। ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲରେ ଆନ୍ଦୋଳନରତ ରେସିଡେଣ୍ଟ ଓ ଜୁନିୟର ଡାକ୍ତରମାନଙ୍କ ଉପରେ ବୁଧବାର ରାତି ଅଧିଆ ଆକ୍ରଣ ପରେ ଆଇଏମ୍‌ଏ ଏହାର ରାଜ୍ୟ ଶାଖାଗୁଡ଼ିକ ସହ ଜରୁରୀ ବୈଠକ କରିଥିଲା। ତଦନୁଯାୟୀ ୧୭ ତାରିଖରେ ୨୪ ଘଣ୍ଟିଆ ଅଣଜରୁରୀ ସେବା ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ କୌଣସି ଜରୁରୀ ରୋଗୀ ସେବା ବାଧାପ୍ରାପ୍ତ ହେବ ନାହିଁ ବୋଲି ଆଇଏମ୍‌ଏ କହିଛି।

କର୍ପୋରେଟ୍‌ ହସ୍ପିଟାଲଗୁଡ଼ିକରେ କାର୍ଯ୍ୟରତ ଡାକ୍ତରମାନଙ୍କୁ ଶନିବାର ସକାଳ ୬ରୁ ରବିବାର ସକାଳ ୬ ପର୍ଯ୍ୟନ୍ତ ଓପିଡି ଏବଂ ଅନ୍ୟାନ୍ୟ ଅଣଜରୁରୀ ସେବା ବନ୍ଦ ରଖିବାକୁ ଅନୁରୋଧ କରାଯାଇଥିବା ଆଇଏମ୍‌ଏର ଜାତୀୟ ଅଧ୍ୟକ୍ଷ ଡ. ଆର୍‌.ଭି. ଅଶୋକନ୍‌ କହିଛନ୍ତି। ସରକାର ହସ୍ପିଟାଲଗୁଡ଼ିକୁ ସୁରକ୍ଷିତ ଅଞ୍ଚଳ ଘୋଷଣା କରିବା ସହ ସ୍ବାସ୍ଥ୍ୟସେବା କର୍ମଚାରୀମାନଙ୍କ ପାଇଁ କେନ୍ଦ୍ରୀୟ ସୁରକ୍ଷା ଆଇନ ଆଣନ୍ତୁ ବୋଲି ଡ. ଅଶୋକନ କହିଛନ୍ତି। ଦେଶର ସର୍ବବୃହତ୍‌ ଡାକ୍ତର ସଂଗଠନ ଆଇଏମ୍‌ଏରେ ୩.୫ ଲକ୍ଷ ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri