ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା ଉଦ୍ୟମ ଘଟଣାରେ ମଙ୍ଗଳବାର ତଦନ୍ତକାରୀ ଅଧିକାରୀ କେ. ନୂଆଗାଁ ଥାନା ଆଇଆଇସି ବିଶ୍ୱଜିତ ନାୟକ ଅଭିଯୁକ୍ତ ବୁଲୁ ପାଇକ(୨୮)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ଥାନା ମାମଲା ନଂ.୧୫୩/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା – ୬୪(୧)/୬୨/୧୦୯(୧) ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ମହିଳାଙ୍କ ସ୍ବାମୀ ଗଜପତି ଜିଲାରେ କାମ କରୁଥିବା ବେଳେ ୨ ପୁଅ ବାହାରେ ରହନ୍ତି। ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଥିବାରୁ ମହିଳା ଜଣକ ଗତ ଗୁରୁବାର ରାତିରେ ଘର ବାରଣ୍ଡାରେ ଏକୁଟିଆ ଶୋଇଥିଲେ। ରାତି ପ୍ରାୟ ୧ଟାରେ ଅଭିଯୁକ୍ତ ବୁଲୁ ସେଠାରେ ପହଞ୍ଚି ମହିଳାଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ସେ ପାଟି କରିବାରୁ ଅଭିଯୁକ୍ତ ମହିଳାଙ୍କ ବେକ ଚିପି ଶ୍ୱାସରୁଦ୍ଧ କରି ମାରିଦେବାକୁ ଉଦ୍ୟମ କରିଥିଲେ। ମହିଳାଙ୍କ ସହ ବୁଲୁଙ୍କ ଧସ୍ତାଧସ୍ତି ହୋଇଥିଲା। ପରେ ମହିଳାଙ୍କ ପାଟି ଶୁଣି ସାହି ପଡୋଶୀ ଦୌଡ଼ି ଆସିବାରୁ ଅନ୍ଧାର ରାତିର ସୁଯୋଗ ନେଇ ଅଭିଯୁକ୍ତ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ମହିଳା ଜଣକ ସମସ୍ତ ଘଟଣା ତାଙ୍କ ସ୍ବାମୀଙ୍କୁ ଫୋନ କରି ଜଣାଇଥିଲେ।ସ୍ବାମୀ ଘରେ ପହଞ୍ଚିବା ପରେ ମହିଳା ଜଣକ ସୋମବାର କେ.ନୂଆଗାଁ ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଆଇଆଇସି ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ଥାନାରେ ମହିଳାଙ୍କ ବୟାନ ରେକର୍ଡ କରାଯାଇଥିଲା। ରାତି ପ୍ରାୟ ୧୦ଟାରେ ତଦନ୍ତକାରୀ ଅଧିକାରୀ ଆଇଆଇସି ଅଭିଯୁକ୍ତଙ୍କ ଘରେ ଚଢ଼ାଉ କରି ତାଙ୍କୁ ଗିରଫ କରିଥିଲେ। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଉଭୟ ଅଭିଯୁକ୍ତ ଏବଂ ମହିଳାଙ୍କ ଡାକ୍ତରୀ ମାଇନା କରାଯାଇଥିଲା। ମହିଳାଙ୍କ ପିନ୍ଧା ଲୁଗା ଓ ଅଭିଯୁକ୍ତଙ୍କ ପୋଷାକକୁ ପୋଲିସ ଜବତ କରି ପରୀକ୍ଷା ନିମନ୍ତେ ଫରେନ୍ସିକ ଲାବ୍ରୋଟାରିକୁ ପଠାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri