Posted inଜାତୀୟ

ଗଣବଳାତ୍କାର ଉଦ୍ୟମ:ଅଭିଯୁକ୍ତ ଡାକ୍ତରଙ୍କ ଗୁପ୍ତାଙ୍ଗ କାଟିଦେଲେ ନର୍ସ

ପାଟନା,୧୩ା୯: କୋଲକାତାରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଉତ୍ତେଜନା ଲାଗିରହିଥିବାବେଳେ ବିହାରର ଏକ ଘରୋଇ ହସ୍ପିଟାଲରେ ଜଣେ ନର୍ସଙ୍କୁ ଗଣବଳାତ୍କାର ଉଦ୍ୟମ ହୋଇଛି। ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ରହିଛନ୍ତି, ଯିଏ କି ଉକ୍ତ ହସ୍ପିଟାଲର ପ୍ରଶାସକ। ପୋଲିସ କହିବା ଅନୁଯାୟୀ, ସମସ୍ତିପୁର ଜିଲାର ଗଙ୍ଗାପୁରସ୍ଥିତ ଆର୍‌ବିଏସ୍‌ ହେଲ୍‌ଥ କେୟାର ସେଣ୍ଟରରେ ବୁଧବାର ରାତିରେ ଏହି ଘଟଣା ଘଟିଛି।

ନର୍ସ ଜଣକ ଡ୍ୟୁଟି ସାରି ବାହାରୁଥିବାବେଳେ ହସ୍ପିଟାଲ ପ୍ରଶାସକ ଡାକ୍ତର ସଞ୍ଜୟ କୁମାର ଓ ଅନ୍ୟ ଦୁଇଜଣ ନିଶାଗ୍ରସ୍ତ ଅବସ୍ଥାରେ ତାଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଗଣବଳାତ୍କାର ଉଦ୍ୟମରୁ ବର୍ତ୍ତିବା ପାଇଁ ନର୍ସ ଜଣକ ବ୍ଲେଡ୍‌ରେ ଉକ୍ତ ଡାକ୍ତରଙ୍କ ଗୁପ୍ତାଙ୍ଗ କାଟିଦେଇଥିଲେ। ସେ କୌଣସି ପ୍ରକାରେ ହସ୍ପିଟାଲରୁ ଖସିଆସି ପୋଲିସକୁ ଫୋନ୍‌ କରିଥିଲେ।

ପୋଲିସ ଟିମ୍‌ ପହଞ୍ଚତ୍ ନର୍ସଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ ଡାକ୍ତରଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ଅନ୍ୟ ୨ ଅଭିଯୁକ୍ତ ହେଲେ ସୁନୀଲ କୁମାର ଗୁପ୍ତା ଏବଂ ଅଓ୍ବଧେଶ କୁମାର। ନର୍ସଙ୍କୁ ବଳାତ୍କାର ଉଦ୍ୟମ ପୂର୍ବରୁ ସେମାନେ ହସ୍ପିଟାଲକୁ ଭିତରୁ ତାଲା ପକାଇଦେବା ସହ ସିସିଟିଭି କ୍ୟାମେରାକୁ ବନ୍ଦ ରଖିଥିଲେ। ପୋଲିସ ସେଠାରୁ ଅଧା ବୋତଲ ମଦ, ନର୍ସ ବ୍ୟବହାର କରିଥିବା ବ୍ଲେଡ୍‌, ରକ୍ତଭିଜା ପୋଷାକ ଏବଂ ୩ଟି ସେଲ୍‌ଫୋନ୍‌ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri