Posted inଜାତୀୟ

ଗଣବଳାତ୍କାର ଉଦ୍ୟମ:ଅଭିଯୁକ୍ତ ଡାକ୍ତରଙ୍କ ଗୁପ୍ତାଙ୍ଗ କାଟିଦେଲେ ନର୍ସ

ପାଟନା,୧୩ା୯: କୋଲକାତାରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଉତ୍ତେଜନା ଲାଗିରହିଥିବାବେଳେ ବିହାରର ଏକ ଘରୋଇ ହସ୍ପିଟାଲରେ ଜଣେ ନର୍ସଙ୍କୁ ଗଣବଳାତ୍କାର ଉଦ୍ୟମ ହୋଇଛି। ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ରହିଛନ୍ତି, ଯିଏ କି ଉକ୍ତ ହସ୍ପିଟାଲର ପ୍ରଶାସକ। ପୋଲିସ କହିବା ଅନୁଯାୟୀ, ସମସ୍ତିପୁର ଜିଲାର ଗଙ୍ଗାପୁରସ୍ଥିତ ଆର୍‌ବିଏସ୍‌ ହେଲ୍‌ଥ କେୟାର ସେଣ୍ଟରରେ ବୁଧବାର ରାତିରେ ଏହି ଘଟଣା ଘଟିଛି।

ନର୍ସ ଜଣକ ଡ୍ୟୁଟି ସାରି ବାହାରୁଥିବାବେଳେ ହସ୍ପିଟାଲ ପ୍ରଶାସକ ଡାକ୍ତର ସଞ୍ଜୟ କୁମାର ଓ ଅନ୍ୟ ଦୁଇଜଣ ନିଶାଗ୍ରସ୍ତ ଅବସ୍ଥାରେ ତାଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଗଣବଳାତ୍କାର ଉଦ୍ୟମରୁ ବର୍ତ୍ତିବା ପାଇଁ ନର୍ସ ଜଣକ ବ୍ଲେଡ୍‌ରେ ଉକ୍ତ ଡାକ୍ତରଙ୍କ ଗୁପ୍ତାଙ୍ଗ କାଟିଦେଇଥିଲେ। ସେ କୌଣସି ପ୍ରକାରେ ହସ୍ପିଟାଲରୁ ଖସିଆସି ପୋଲିସକୁ ଫୋନ୍‌ କରିଥିଲେ।

ପୋଲିସ ଟିମ୍‌ ପହଞ୍ଚତ୍ ନର୍ସଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ ଡାକ୍ତରଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ଅନ୍ୟ ୨ ଅଭିଯୁକ୍ତ ହେଲେ ସୁନୀଲ କୁମାର ଗୁପ୍ତା ଏବଂ ଅଓ୍ବଧେଶ କୁମାର। ନର୍ସଙ୍କୁ ବଳାତ୍କାର ଉଦ୍ୟମ ପୂର୍ବରୁ ସେମାନେ ହସ୍ପିଟାଲକୁ ଭିତରୁ ତାଲା ପକାଇଦେବା ସହ ସିସିଟିଭି କ୍ୟାମେରାକୁ ବନ୍ଦ ରଖିଥିଲେ। ପୋଲିସ ସେଠାରୁ ଅଧା ବୋତଲ ମଦ, ନର୍ସ ବ୍ୟବହାର କରିଥିବା ବ୍ଲେଡ୍‌, ରକ୍ତଭିଜା ପୋଷାକ ଏବଂ ୩ଟି ସେଲ୍‌ଫୋନ୍‌ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri