ମିଥୁନଙ୍କ ପତ୍ନୀ-ପୁଅଙ୍କ ବିରୋଧରେ ଆସିଲା ବଳାତ୍କାର-ଗର୍ଭପାତ ଅଭିଯୋଗ!

ମୁମ୍ବାଇ: ବଲିଉଡ୍ ନାୟକ ମିଥୁନ ଚକ୍ରବର୍ତ୍ତିଙ୍କ ପୁଅ ମହାଅକ୍ଷୟ ଚକ୍ରବର୍ତ୍ତି ଏବେ ଅଡୁଆରେ ପଡିଯାଇଛନ୍ତି । ତାଙ୍କ ବିରୋଧରେ ମୁମ୍ବାଇର ଓସିୱାରା ପୋଲିସ ଷ୍ଟେଶନରେ ବଳାତ୍କାର କରିବା ଓ ଗର୍ଭପାତ କରାଇବା ଅଭିଯୋଗ ଆସିଛି । ଏହି ମାମଲାରେ ମିଥୁନଙ୍କ ପତ୍ନୀ ଯୋଗିତା ବାଲିଙ୍କ ନାଁ ମଧ୍ୟ ରହିଛି । ଏହି ଅଭିଯୋଗ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରୁଥିବା ଜଣେ ମଡେଲ ତଥା ଅଭିନେତ୍ରୀ ଆଣିଥିବା ଜଣାପଡିଛି । ଗଣମାଧ୍ୟମ ସୂଚନାରୁ ଜଣାପଡିଛି କି ପୀଡ଼ିତା ଏକ ଏଫ୍‌ଆଇଆର୍ ଜରିଆରେ କହିଛନ୍ତି ଯେ ସେ ମିଥୁନଙ୍କ ପୁଅ ସହ ୨୦୧୫ରେ ସେ ରିଲେସନଶିପରେ ଥିଲେ । ଏହି ସମୟରେ ସେ ତଙ୍କୁ ଘରକୁ ଡାକି ସପ୍ଟ ଡ୍ରିଙ୍କରେ ନିଶା ମିଶାଇ ପୀଡ଼ିତାଙ୍କ ବିନା ଅନୁମତିରେ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ । ଏହାପରେ ତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅନେକ ଥର ଶାରୀରିକ ସମ୍ପର୍କ ରଖିଥିବା ମଡେଲ ଜଣକ କହିଛନ୍ତି । ଦୀର୍ଘ ୪ ବର୍ଷ ସେମାନେ ରିଲେସନଶିପରେ ରହିବା ପରେ ମଡେଲ ଜଣକ ଗର୍ଭବତୀ ହୋଇଥିବା ଜଣାପଡିବା ପରେ ମହାଅକ୍ଷୟ ତାଙ୍କୁ ଜବରଦସ୍ତି ଗର୍ଭପାତ କରାଇଥିଲେ ବୋଲି ସେ କହିଛନ୍ତି । ଏହାକୁ ନେଇ ସେ ମିଥୁନଙ୍କ ପତ୍ନୀ ଯୋଗିତାଙ୍କୁ ସବୁକଥା ଜଣାଇଥିଲେ ମଧ୍ୟ ସେ ତାଙ୍କୁ ମାମଲା ସମାଧାନ କରିଦେବାକୁ ଧମକାଇଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri