ପଦ୍ମପୁର,୧୮ା୫(ଡି.ଏନ.ଏ): ବରଗଡ଼ ଜିଲାରେ କାର୍ଯ୍ୟରତ ଜଣେ ପୋଲିସ ସବ୍ଇନ୍ସପେକ୍ଟର(ଏସ୍ଆଇ)ଙ୍କ ବିରୋଧରେ ପଦ୍ମପୁର ଥାନାରେ ବଳାତ୍କାର ଅଭିଯୋଗ ହୋଇଛି। ସେ ହେଲେ ଅତାବିରା ଥାନାରେ କାର୍ଯ୍ୟରତ ଏସ୍ଆଇ ରବୀନ୍ଦ୍ର ହେମ୍ବ୍ରମ। ପଦ୍ମପୁର ଥାନାରେ କାର୍ଯ୍ୟରତ ଥିବାବେଳେ ସେ ଜଣେ ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏ ନେଇ ପୀଡିତା ପଦ୍ମପୁର ଥାନାରେ ଏତଲା ଦେବା ପରେ ବୁଧବାର ଏସ୍ଆଇ ହେମ୍ବ୍ରମଙ୍କ ବିରୋଧରେ ଦଫା ୩୭୬, ୩୨୩, ୫୦୬କ୍ରମେ ଏକ ମାମଲା(୧୩୫/୨୩) ରୁଜୁ ହୋଇଛି। ତଦନ୍ତ ଚାଲୁ ରହିଛି ବୋଲି ପଦ୍ମପୁର ଥାନା ଅଧିକାରୀ ମନୋଜ ପ୍ରଧାନ କହିଛନ୍ତି ।
ଅଭିଯୋଗ ଅନୁଯାୟୀ, ୨୦୧୧ ମସିହାରେ ଏସ୍ଆଇ ହେମ୍ବ୍ରମ ପଦ୍ମପୁର ଥାନାରେ କାର୍ଯ୍ୟରତ ଥିଲେ। ଚଢ଼ାଉ ଆଳରେ ଜଣେ ଯୁବତୀଙ୍କ ଘରକୁ ଯାଇଥିଲେ। ତାଙ୍କ ପରିବାର ଲୋକଙ୍କ ସହିତ ଏସ୍ଆଇ ହେମ୍ବ୍ରମ ସମ୍ପର୍କ ସ୍ଥାପନ କରିଥିଲେ। ସମ୍ପର୍କ ନିବିଡ଼ ହେବା ପରେ ହେମ୍ବ୍ରମ ଯୁବତୀଙ୍କ ଅନିଚ୍ଛା ସତ୍ତ୍ବେ ତାଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ କାହାକୁ କହିଲେ ସେ ଫଟୋ, ଭିଡ଼ିଓ ଭାଇରାଲ କରିଦେବା ଭଳି ଧମକ ଦେଉଥିବା ଅଭିଯୋଗ ହୋଇଛି। ଫଳରେ ଭୟରେ ଯୁବତୀ ଜଣକ ଚୁପ୍ ଥିଲେ। ସମୟାନୁକ୍ରମେ ଯୁବତୀଙ୍କ ପରିବାର ଲୋକେ ମଧ୍ୟ ତାଙ୍କଠାରୁ ଦୂରେଇ ରହିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ହେମ୍ବ୍ରମ ଯୁବତୀଙ୍କ ପାଖରେ ପହଞ୍ଚି ନାନା ଧମକଚମକ ଦେଉଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ସକାଳ ୮ଟାରେ ଏସ୍ଆଇ ହେମ୍ବ୍ରମ ଯୁବତୀଙ୍କ ଘରେ ପହଞ୍ଚି ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏ ନେଇ ପଦ୍ମପୁର ଥାନାରେ ଏତଲା ଦେବା ପରେ ପୋଲିସ ମାମଲା ରୁଜୁ କରି ଅଧିକ ତଦନ୍ତ କରୁଛି ।
Posted inHome, Home Left, ଆମ ଜିଲା ଖବର, ବରଗଡ଼ View All
ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ
ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
କେଉଁ ବୋତଲରେ ପାଣି ପିଇବା ଉଚିତ୍: ଜାଣନ୍ତୁ କ’ଣ ରହିଛି…
ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍। ଘରୁ…
୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ
ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…
ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍ ଛଡାଇ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…
ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…
ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…
ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ
ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…
୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…
ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…
Archives

