ବଳାତ୍କାର ମାମଲା, ଫେରାର ଅଭିଯୁକ୍ତଙ୍କ ଘରେ ନୋଟିସ

ଗୋପାଳପୁର,୪ା୭(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅନ୍ତର୍ଗତ ନାବାଳିକା ଅପହରଣ ଓ ବଳାତ୍କାର ମାମଲାରେ କୋର୍ଟରୁ ଅଭିଯୁକ୍ତ ଜାମିନରେ ଆସି ଫେରାର ଥିବା ଗୋବିନ୍ଦନଗର ଗ୍ରାମରେ ଦେଉଳ ସାହିର ଦେବରାଜ ସାହୁଙ୍କ ଘର ଅଗରେ ଗୋଳନ୍ଥରା ପୋଲିସ ସୋମବାର ନୋଟିସ ଲଗାଇଛି। ଏଥିସହ ଏକ ମାସ ମଧ୍ୟରେ କୋର୍ଟରେ ହାଜର ନ ହେଲେ ତାଙ୍କ ସମସ୍ତ ସ୍ଥାବର ଅସ୍ଥାବର ସମ୍ପତି ବାଜ୍ୟାପ୍ତି କରାଯିବ ବୋଲି ପୋଲିସ ଡାକବାଜି ଯନ୍ତ୍ର ମାଧ୍ୟମରେ ସାହିରେ ଘୋଷଣା କରିଛି।
୭ ଅକ୍ଟୋବର ୨୦୨୦ରେ ଏହି ଥାନା ଅନ୍ତର୍ଗତ ଗୋବିନ୍ଦନଗର ଗ୍ରାମରେ ଦେବରାଜ ସାହୁ ଜଣେ ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଅପହରଣ କରି ନେବା ସହ ବାରମ୍ବାର ବଳାତ୍କାର କରିଥିଲେ। ଏ ନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଗୋଳନ୍ଥରା ଥାନାରେ ଏତଲା ଦିଆଯାଇଥିଲା। ପୋଲିସ ନଂ .୨୭୫/୨୦ରେ ଏକ ମାମଲା ରୁଜୁ ହେବା ସହ ନାବାଳିକାଙ୍କୁ ଉଦ୍ଧାର କରି ଦେବରାଜକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କିଛି ମାସ ପରେ ଦେବରାଜ କୋର୍ଟରୁ ଜାମିନ ପାଇ ଜେଲରୁ ଆସି ଫେରାର ହୋଇଯାଇଥିଲା। ପରବର୍ତୀ ସମୟ ବିଚାର ସମୟରେ ଦେବରାଜ କୋର୍ଟରେ ହାଜର ହେଉନଥିଲେ। କୋର୍ଟ ପକ୍ଷରୁ ନୋଟିସ ଜାରୀ କରାଯାଇଥିଲେ ମଧ୍ୟ ହାଜର ହୋଇନଥିଲେ। ଏ ନେଇ କୋର୍ଟ ପକ୍ଷରୁ ଜାମିନ ବିହୀନ ଗିରଫ ପରୱାନା ଜାରୀ କରାଯାଇଥିଲା। ସୋମବାର ପ୍ରବେଶନ ଆଇପିଏସ ଅଙ୍କିତ କୁମାର ବର୍ମା, ଇନ୍ସପେକ୍ଟର ବିବେକାନନ୍ଦ ମହନ୍ତ, ଏସ୍‌ଆଇ ଜ୍ଞାନ ରଞ୍ଜନ ସାହୁ ପ୍ରମୁଖ ଗୋବିନ୍ଦନଗରରେ ପହଞ୍ଚି ଡାକବାଜି ଯନ୍ତ୍ର ସାହାଯ୍ୟରେ ଘୋଷଣା କରିବା ସହ ଅଭିଯୁକ୍ତ ବାପାମାଙ୍କୁ ନୋଟିସ ଦେବା ସହ ଘର ସମ୍ମୁଖରେ ଏକ ନୋଟିସ ଟାଙ୍ଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri