Posted inଜାତୀୟ

ଦଳିତ ନାବାଳିକାଙ୍କୁ ଗଣବଳାତ୍କାର, ହତ୍ୟା

ବରେଲି,୧୭ା୮: ଉତ୍ତରପ୍ରଦେଶରେ ମହିଳା ବିରୋଧୀ ହିଂସା ଥମିବାର ନାଁ ନେଉନାହିଁ। ଲକ୍ଷ୍ମୀପୁର ଖେରି ଜିଲାରେ ଶୁକ୍ରବାର ଜଣେ ଦଳିତ ନାବାଳିକାଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଛି। ଇସାନନଗର ଅଞ୍ଚଳର ପକାରିଆ ଗ୍ରାମସ୍ଥିତ ଏକ ଚାଷଜମିରେ ଶୌଚ କରିବାରୁ ତାଙ୍କୁ ଏପରି କରାଯାଇଥିବା ଜଣାପଡ଼ିଛି। ପୋଲିସ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି।
ସୂଚନାନୁଯାୟୀ ୧୩ ବର୍ଷୀୟା ଝିଅ ଜଣକ ଶୌଚ ହେବା ପାଇଁ ବିଲକୁ ଯାଇ ଆଉ ଫେରି ନ ଥିଲେ। ସେ ନିଖୋଜ ହୋଇଯିବା ପରେ ପରିବାର ଲୋକେ ଖୋଜାଖୋଜି କରିଥିଲେ। ହେଲେ ତାଙ୍କର ପତ୍ତା ମିଳି ନ ଥିଲା। ପରେ ତାଙ୍କ ମୃତଦେହ ଆଖୁ ଚାଷ କରାଯାଇଥିବା ଜମିରେ ମିଳିଥିଲା। ତାଙ୍କ ଆଖି ଓ ଜିଭରେ ଅନେକ କ୍ଷତଚିହ୍ନ ରହିଥିଲା। ତାଙ୍କୁ ତଣ୍ଟିଚିପି ହତ୍ୟା କରିବା ପୂର୍ବରୁ ଅକଥନୀୟ ନିର୍ଯାତନା ଦିଆଯାଇଥିଲା। ହତ୍ୟା ପୂର୍ବରୁ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଇସାନନଗର ପୋଲିସ କହିଛି, ସଞ୍ଜୟ କୁମାରଙ୍କ ବିଲକୁ ପୀଡ଼ିତାଙ୍କ ପରିବାର ଲୋକେ ଶୌଚ ପାଇଁ ଯାଉଥିବାରୁ ଏହାକୁ ନେଇ ବିବାଦ ଲାଗିରହିଥିଲା। ଅଭିଯୁକ୍ତ ସଞ୍ଜୟ ଓ ସନ୍ତୋଷଙ୍କୁ ଗିରଫ କରାଯାଇଛି। ଜେରାବେଳେ ସେମାନେ ଦୋଷ ସ୍ବୀକାର କରିଛନ୍ତି।
ଏହି ଘଟଣା ଲୋକଲୋଚନକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନେତୃତ୍ୱାଧୀନ ଭାଜପା ସରକାରଙ୍କୁ ବିରୋଧୀ ଟାର୍ଗେଟ କରିଛନ୍ତି। ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ହିନ୍ଦୀରେ ଟୁଇଟ୍‌ କରି ଲେଖିଛନ୍ତି, ଲକ୍ଷ୍ମୀପୁର ଖେରୀ ଘଟଣା ମାନବିକତାକୁ ଦୋହଲାଇ ଦେଇଛି। ଭାଜପା ଶାସନରେ ଶିଶୁ ଓ ମହିଳାଙ୍କ ଉପରେ ନିର୍ଯାତନା ବଢ଼ିବାରେ ଲାଗିଛି। ଅପହରଣ, ବଳାତ୍କାର ଓ ହତ୍ୟା ଭଳି ଜଘନ୍ୟ କାଣ୍ଡ ଭିଆଉଥିବା ଅପରାଧୀଙ୍କୁ ଭାଜପା ସରକାର କାହିଁକି ସୁରକ୍ଷା ଦେଉଛି ବୋଲି ସେ ପ୍ରଶ୍ନ କରିଛନ୍ତି। ବରିଷ୍ଠ କଂଗ୍ରେସ ନେତା ଜିତିନ୍‌ ପ୍ରସାଦଙ୍କ ମତରେ ଏହି ଅମାନବୀୟ କାଣ୍ଡ ମାନବିକତାକୁ ଲଜ୍ଜିତ କରିଛି। ଏପରି ବଡ଼ ଅପରାଧ ଘଟୁଥିବାବେଳେ ପୋଲିସ କ’ଣ କରୁଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଏହାସହ ପୀଡ଼ିତାଙ୍କ ପରିବାରକୁ ସୁରକ୍ଷା ଦେବା ପାଇଁ ଦାବି କରିଛନ୍ତି। ସେହିପରି ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଏହାର ନିନ୍ଦା କରିବା ସହ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସମାଜବାଦୀ ପାର୍ଟି ଓ ଭାଜପା ସରକାର ମଧ୍ୟରେ କ’ଣ ଫରକ ରହିଛି ବୋଲି ସେ ଟୁଇଟ୍‌ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri