୧୦ମ ଶ୍ରେଣୀ ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର: ସୁଧାର ଗୃହକୁ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ଘଟଣାର ଅଭିଯୁକ୍ତଙ୍କୁ ସୋମବାର ବ୍ରହ୍ମପୁରସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯାଇଛି। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପୀଡ଼ିତା ଓ ଅଭିଯୁଙ୍କ ଡାକ୍ତରୀ ମାଇନା କରାଯିବା ସହ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତା ବୟାନ ଦେଇଛନ୍ତି। ଅଭିଯୁକ୍ତଙ୍କୁ ବ୍ରହ୍ମପୁର ବାଳ ସୁଧାର ଗୃହକୁ ପଠାଇ ଦିଆଯାଇଛି।
ଗତ ପ୍ରାୟ ୭ ବର୍ଷ ପୂର୍ବେ ପୀଡ଼ିତା ଜଣକ ଗାଁ ହାଇସ୍କୁଲରେ ୧୦ମ ଶ୍ରେଣୀରେ ପଢୁଥିବା ବେଳେ ଅଭିଯୁକ୍ତ ନାବାଳକ ଥିଲେ। ତାଙ୍କୁ ଭଲପାଇ ବିବାହର ପ୍ରତିଶ୍ରୁତି ଦେଇ ଜବରଦସ୍ତ ଶାରିରୀକ ସମ୍ପର୍କ ରଖିଥିଲେ। ପରେ ଚେନ୍ନାଇ ନେଇ ସେଠାକାର ଏକ ମନ୍ଦିରରେ ବିବାହ କରିଥିଲେ। ଗତ ୨୦୨୨ରେ ସେମାନଙ୍କ ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା। ସେହିଦିନ ଠାରୁ ଅଭିଯୁକ୍ତ ତାଙ୍କୁ ମାଡ଼ ମାରିବା ସହ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ। ଗତ ପ୍ରାୟ ଦେଢ଼ମାସ ପୂର୍ବେ ଅଭିଯୁକ୍ତ ଜଣକ ପୁଅ ଓ ପୀଡ଼ିତାଙ୍କୁ ଚେନ୍ନାଇରେ ଛାଡି ତାଙ୍କ ଗାଁକୁ ଚାଲି ଆସିବା ସହ ଅନ୍ୟତ୍ର ବିବାହ କରିବାକୁ ଉଦ୍ୟମ କରିଥିଲେ। ପୀଡ଼ିତା ତାଙ୍କ ପୁଅକୁ ଧରି ଚେନ୍ନାଇରୁ ସ୍ବାମୀଙ୍କ ଗାଁକୁ ଫେରି ଘରକୁ ଯିବାକୁ ଉଦ୍ୟମ କରିବାରୁ ଘର ଲୋକେ ବିରୋଧ କରିଥିଲେ। ସେ ଗତ ନଭେମ୍ବର ୨୪ ତାରିଖରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତ ଗାଁରୁ ଫେରାର ହୋଇଯାଇଥିଲେ। ପୀଡ଼ିତା ପୁଅକୁ ଧରି ଗତ ୨୫ ତାରିଖରେ ଅଭିଯୁକ୍ତଙ୍କ ଘର ସମ୍ମୁଖରେ ଧାରଣାରେ ବସିଥିଲେ। ପୋଲିସ ଟିମ୍‌ ଗାଁ ରେ ପହଞ୍ଚି ବୁଝାସୁଝା କରିବା ପରେ ସେ ଧାରଣାରୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri