Posted inଜାତୀୟ

୫ ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ଏସ୍‌ଆଇଟି ଗଠିତ, ୧୮ ନାବାଳକ ଅଟକ

ଖୁଣ୍ଟି(ଝାଡ଼ଖଣ୍ଡ), ୨୫ା୨: ବିବାହ ଉତ୍ସବରୁ ଫେରୁଥିବାବେଳେ ୫ଜଣ ଆଦିବାସୀ ନାବାଳିକାଙ୍କୁ ଗଣ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଏକ ଘଟଣା ଘଟିଛି ଝାଡ଼ଖଣ୍ଡର ଖୁଣ୍ଟି ଜିଲା ରାଣିଆ ପୋଲିସ ଥାନା ଅଞ୍ଚଳରେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି) ଗଠନ କରି ସୋମବାର ୧୮ଜଣ ନାବାଳକଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

ମିଳିଥିବା ସୂଚନା ଅନୁସାରେ, ଗତ ଶୁକ୍ରବାର ଆଦିବାସୀ ନାବାଳିକାମାନେ ବିବାହ ଉତ୍ସବରୁ ଫେରୁଥିବାବେଳେ ବାଟରେ ସେମାନଙ୍କୁ କେତେଜଣ ନାବାଳକ ଅଟକାଇ ଗଣବଳାତ୍କାର କରିଥିଲେ। ଏପରି କି ଏହି ଘଟଣା ବିଷୟରେ କାହାକୁ ଜଣାଇଲେ ସେମାନଙ୍କୁ ଜୀବନରେ ମାରିଦେବେ ବୋଲି ଧମକ ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପୀଡ଼ିତା ନାବାଳିକାମାନେ ଘରକୁ ଫେରିବା ପରେ ଶନିବାର ସେମାନଙ୍କ ପରିବାର ଲୋକଙ୍କୁ ଘଟଣା ବିଷୟରେ ଜଣାଇଥିଲେ। ପୀଡ଼ିତାଙ୍କ ପରିବାର ପକ୍ଷରୁ ଏନେଇ ରାଣିଆ ଥାନାରେ ଅଭିଯୋଗ ହେବାପରେ ପୋଲିସ ମାମଲା ରୁଜୁ କରି ଏଏସ୍‌ପି ଖ୍ରୀଷ୍ଟୋଫର କେର୍‌କେଟାଙ୍କ ନେତୃତ୍ୱରେ ଏକ ଏସ୍‌ଆଇଟି ଗଠନ କରି ତଦନ୍ତ ଆରମ୍ଭ କରିଛି।

ଏସ୍‌ପି ଅମନ କୁମାରଙ୍କ କହିବା ହେଲା, ୫ଜଣ ଆଦିବାସୀ ନାବାଳିକାଙ୍କୁ ଅସଦାଚରଣ ଏବଂ ଗଣବଳାତ୍କାର ଘଟଣା ଘଟିଛି। ଅଭିଯୋଗକୁ ଆଧାର କରି ମାମଲା ରୁଜୁ ହେବା ସହ ୧୮ଜଣ ନାବାଳକଙ୍କୁ ଅଟକ ରଖାଯାଇ ପଚରାଉଚରା ଜାରି ରହିଛି ବୋଲି ଏସ୍‌ପି କହିଛନ୍ତି। ସୂଚନାଯୋଗ୍ୟ, ଗତ ୩ବର୍ଷ ମଧ୍ୟରେ ଖୁଣ୍ଟି ଜିଲାରେ ୧୬ଟି ଗଣବଳାତ୍କାର ଘଟଣା ଘଟିଛି। ୨୦୨୩ରେ କେବଳ ୫ ଗଣବଳାତ୍କାର ଘଟଣା ଘଟିଥିବାବେଳେ ୨୦୨୪ରେ ୩ ଏବଂ ୨୦୨୫ରେ ୫ ଘଟଣା ଘଟିଥଲା। ଖୁଣ୍ଟି ପୋଲିସ ଏହିସବୁ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ନାବାଳକ ଥିବା ଜଣାପଡ଼ିଛି। ୨୦୨୪ ସେପ୍ଟେମ୍ବରରେ ଜଣେ ଆଦିବାସୀ ନାବାଳିକା ସ୍କୁଲରୁ ଫେରୁଥିବାବେଳେ ତାଙ୍କୁ ୧୦ଜଣ ଯୁବକ ଗଣବଳାତ୍କାର କରିଥିଲେ। ସେହିପରି ଗତ ବର୍ଷ ମାର୍ଚ୍ଚରେ ରାଞ୍ଚତ୍ରେ ଜଣେ ନାବାଳିକାଙ୍କୁ ୪ଜଣ ଯୁବକ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri