ରାଜଧାନୀରେ ୯ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ବ୍ୟକ୍ତି ଗିରଫ

ଭୁବନେଶ୍ୱର,୩ା୯(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଞ୍ଚଳରେ ଜଣେ ୯ ବର୍ଷୀୟା ଶିଶୁକନ୍ୟାଙ୍କୁ ୫୫ ବର୍ଷୀୟ ପଡୋଶୀ ବ୍ୟକ୍ତି ବଳାତ୍କାର କରିଛନ୍ତି। ଏହି ମାମଲାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ସେ ହେଲେ ଧଡିଆ ବେହେରା (୫୫)। ଅଭିଯୁକ୍ତ ଧଡ଼ିଆଙ୍କୁ କୋର୍ଟଚାଲାଣ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ମାମଲା ଅନୁଯାୟୀ, ପୀଡ଼ିତା ଶିଶୁକନ୍ୟାଙ୍କ ମା’ ଭୁବନେଶ୍ୱରର ଏକ ଘରୋଇ କଲେଜରେ କାମ କରୁଥିବା ବେଳେ ତାଙ୍କ ବାପା ଜଣେ ରଙ୍ଗ ମିସ୍ତ୍ରୀ। ସୋମବାର ମା ଓ ବାପା ଘରକାମ ସାରି ଶିଶୁ କନ୍ୟାଙ୍କୁ ଘରେ ଏକୁଟିଆ ଛାଡି ନିଜ କାର୍ଯ୍ୟକୁ ଚାଲି ଯାଇଥିଲେ। ଏହାର ସୁଯୋଗ ନେଇ ନିକଟରେ ରହୁଥିବା ଧଡିଆ ଶିଶୁକନ୍ୟାଙ୍କ ଘରେ ବଳପୂର୍ବକ ପଶିଥିଲେ। ଏହି ସମୟରେ ଉକ୍ତ ଘରର କବାଟ ଆଦିକୁ ଧଡ଼ିଆ ବନ୍ଦକରି ଦେଇଥିଲେ। ନାବାଳିକା ଶିଶୁ କନ୍ୟାଙ୍କୁ ଧଡ଼ିଆ ବଳାତ୍କାର କରିଥିଲେ। ପରେ ଏହି ବିଷୟରେ କାହାକୁ ଜଣାଇଲେ ଶିଶୁକନ୍ୟାଙ୍କୁ ମାଡ଼ ମାରିବାର ଧମକ ଦେଇ ଘରୁ ଚାଲିଯାଇଥିଲେ। ପରେ ଶିଶୁକନ୍ୟାଙ୍କ ମା’ଘରକୁ ଫେରି ଝିଅ କାନ୍ଦୁଥିବାର ଦେଖିବାକୁ ପାଇଥିଲେ। କଣ ହୋଇଛି ବୋଲି କାରଣ ପଚାରିବାରୁ ଶିଶୁକନ୍ୟା ଜଣଙ୍କ ଘଟଣା ବିଷୟରେ ଗୋଟି ଗୋଟି କରି କହିଦେଇଥିଲେ। ଏନେଇ ପୀଡ଼ିତାଙ୍କ ମା’ ଏୟାରଫିଲ୍ଡ ଥାନାରେ ଏତଲା ଦେଇଥିଲେ। ପୋଲିସ ପୋକ୍ସ ଆକ୍ଟ ସହ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ବିଭିନ୍ନ ଦଫାରେ ଏକ ମାମଲା (ନଂ.୨୪୩/୨୦୨୪) ରୁଜୁ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର…

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?