ଫାଣ୍ଡିରେ କନଷ୍ଟେବଳଙ୍କୁ ବଳାତ୍କାର

ବାଲେଶ୍ୱର ଅଫିସ/ବାହାନଗା, ୨୯।୫(ଡି.ଏନ.ଏ.): ବାତ୍ୟା ଡ୍ୟୁଟିରେ ଥିବା ଜଣେ ମହିଳା କନଷ୍ଟେବଳଙ୍କୁ ଫାଣ୍ଡି ପରିସରରେ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ଘଟାଇଛନ୍ତି ସମ୍ପୃକ୍ତ ଫାଣ୍ଡି ଅଧିକାରୀ ଏସ୍‌ଆଇ ବଂଶୀଧର ପ୍ରଧାନ। ୩ଦିନ ପରେ ଘଟଣା ପଦାକୁ ଆସିବାରୁ ଏହା ବାଲେଶ୍ୱର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତ ଫାଣ୍ଡି ଅଧିକାରୀଙ୍କୁ ନିଲମ୍ବନ ପରେ ଗିରଫ କରାଯାଇଥିବା ଡିଏସ୍‌ପି ଉମେଶ ପଣ୍ଡା ସୂଚନା ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ଜିଲାର ଏକ ଥାନାରେ କାର୍ଯ୍ୟରତ ସମ୍ପୃକ୍ତା ମହିଳା କନଷ୍ଟେବଳ ଗତ ୨୪ ତାରିଖରେ ‘ୟାସ୍‌’ ବାତ୍ୟା ମୁକାବିଲା ପାଇଁ ଗୋପାଳପୁର ଫାଣ୍ଡି ଅଧୀନ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳକୁ ଡ୍ୟୁଟି କରିବାକୁ ଯାଇଥିଲେ। ଡ୍ୟୁଟି ସରିବା ପରେ ୨୫ ତାରିଖରେ ସେ ଗୋପାଳପୁର ଫାଣ୍ଡି ଆଶ୍ରୟସ୍ଥଳୀରେ ରାତ୍ରିଯାପନ କରିଥିଲେ। ଏହି ସମୟରେ ଫାଣ୍ଡି ଏସ୍‌ଆଇ ତାଙ୍କୁ ବଳାତ୍କାର କରିଥିଲେ। ଏଥିରେ ମ୍ରିୟମାଣ ହୋଇ ମହିଳା କନଷ୍ଟେବଳ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତେବେ ଠିକଣା ସମୟରେ ସହକର୍ମୀମାନେ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରିଥିଲେ। ପୀଡ଼ିତା ଘଟଣା ସମ୍ପର୍କରେ ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକ, ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କୁ ଭେଟି ଅବଗତ କରାଇବା ସହ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ଅଭିଯୁକ୍ତ ଏସ୍‌ଆଇଙ୍କୁ ବାଲେଶ୍ୱର ଡକାଯାଇ ପଚରାଉଚୁରା କରାଯାଇଥିଲା। ଆଇଜି ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବଂଶୀଧରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଏ ସଂକ୍ରାନ୍ତରେ ବାଲେଶ୍ୱର ଟାଉନ ଥାନାରେ ନଂ. ୧୨୫/୨୧ରେ ଏକ ମାମଲା ରୁଜୁ ହୋଇଛି। ଡାକ୍ତରୀମାଇନା ପରେ ଶୁକ୍ରବାର ଅପରାହ୍ନରେ ଅଭିଯୁକ୍ତ ଏସ୍‌ଆଇଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri