ଫାଣ୍ଡିରେ କନଷ୍ଟେବଳଙ୍କୁ ବଳାତ୍କାର

ବାଲେଶ୍ୱର ଅଫିସ/ବାହାନଗା, ୨୯।୫(ଡି.ଏନ.ଏ.): ବାତ୍ୟା ଡ୍ୟୁଟିରେ ଥିବା ଜଣେ ମହିଳା କନଷ୍ଟେବଳଙ୍କୁ ଫାଣ୍ଡି ପରିସରରେ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ଘଟାଇଛନ୍ତି ସମ୍ପୃକ୍ତ ଫାଣ୍ଡି ଅଧିକାରୀ ଏସ୍‌ଆଇ ବଂଶୀଧର ପ୍ରଧାନ। ୩ଦିନ ପରେ ଘଟଣା ପଦାକୁ ଆସିବାରୁ ଏହା ବାଲେଶ୍ୱର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତ ଫାଣ୍ଡି ଅଧିକାରୀଙ୍କୁ ନିଲମ୍ବନ ପରେ ଗିରଫ କରାଯାଇଥିବା ଡିଏସ୍‌ପି ଉମେଶ ପଣ୍ଡା ସୂଚନା ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ଜିଲାର ଏକ ଥାନାରେ କାର୍ଯ୍ୟରତ ସମ୍ପୃକ୍ତା ମହିଳା କନଷ୍ଟେବଳ ଗତ ୨୪ ତାରିଖରେ ‘ୟାସ୍‌’ ବାତ୍ୟା ମୁକାବିଲା ପାଇଁ ଗୋପାଳପୁର ଫାଣ୍ଡି ଅଧୀନ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳକୁ ଡ୍ୟୁଟି କରିବାକୁ ଯାଇଥିଲେ। ଡ୍ୟୁଟି ସରିବା ପରେ ୨୫ ତାରିଖରେ ସେ ଗୋପାଳପୁର ଫାଣ୍ଡି ଆଶ୍ରୟସ୍ଥଳୀରେ ରାତ୍ରିଯାପନ କରିଥିଲେ। ଏହି ସମୟରେ ଫାଣ୍ଡି ଏସ୍‌ଆଇ ତାଙ୍କୁ ବଳାତ୍କାର କରିଥିଲେ। ଏଥିରେ ମ୍ରିୟମାଣ ହୋଇ ମହିଳା କନଷ୍ଟେବଳ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତେବେ ଠିକଣା ସମୟରେ ସହକର୍ମୀମାନେ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରିଥିଲେ। ପୀଡ଼ିତା ଘଟଣା ସମ୍ପର୍କରେ ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକ, ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କୁ ଭେଟି ଅବଗତ କରାଇବା ସହ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ଅଭିଯୁକ୍ତ ଏସ୍‌ଆଇଙ୍କୁ ବାଲେଶ୍ୱର ଡକାଯାଇ ପଚରାଉଚୁରା କରାଯାଇଥିଲା। ଆଇଜି ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବଂଶୀଧରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଏ ସଂକ୍ରାନ୍ତରେ ବାଲେଶ୍ୱର ଟାଉନ ଥାନାରେ ନଂ. ୧୨୫/୨୧ରେ ଏକ ମାମଲା ରୁଜୁ ହୋଇଛି। ଡାକ୍ତରୀମାଇନା ପରେ ଶୁକ୍ରବାର ଅପରାହ୍ନରେ ଅଭିଯୁକ୍ତ ଏସ୍‌ଆଇଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri