ନାବାଳିକାଙ୍କୁ ଗଣବଳାତ୍କାର: ଜେଲ ଗଲେ ୨ ଅଭିଯୁକ୍ତ

ଗୋପାଳପୁର,୩୧ା୧: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ୭ ବର୍ଷର ନାବାଳିକାଙ୍କୁ ଗଣ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ରବିବାର ଗିରଫ କରିଛି। ସେମାନେ ହେଲେ ଋତୁ ବେହେରା (୩୦) ଓ ହେମନ୍ତ ବେହେରା (୨୬)। ମାମଲା(ନଂ.୨୭/୨୧)ରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ସଦର ଏସ୍‌ଡିପିଓ ଜୟନ୍ତ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଥିବା ଜଣାପଡିଛି।
ପୋଲିସ ସୂଚନା ଅନୁଯାୟୀ, ଗତ ୨୮ ତାରିଖରେ ସମ୍ପୃକ୍ତ ନାବାଳିକା ଓ ତାଙ୍କ ସାନଭାଇ ଗଁା ଶେଷ ମୁଣ୍ଡକୁ ଶୌଚ ପାଇଁ ଯାଉଥିଲେ। ଋତୁ ଓ ହେମନ୍ତ ତାଙ୍କୁ ପିଛା କରିଥିଲେ। ଗଁା ପାର ହୋଇଯିବା ପରେ ସେମାନେ ନାବାଳିକାଙ୍କୁ ଉଠାଇ ନେଇ ନିକଟସ୍ଥ ପରିତ୍ୟକ୍ତ ଓଡିଆର୍‌ପି ଗୃହ ମଧ୍ୟରେ ବଳାତ୍କାର କରିଥିଲେ। ନାବାଳିକା ଜଣକ ଚିତ୍କାର କରିବାରୁ ପାଖରେ ପଡିଥିବା ଏକ ଭଙ୍ଗା ଇଟାରେ ମୁଣ୍ଡ, ମୁହଁ ଓ କାନକୁ ଦୁର୍ବୃତ୍ତମାନେ ଛେଚି ହତ୍ୟା ଉଦ୍ୟମ କରିଥିଲେ। ସାନଭାଇ ଗଁା ଭିତରକୁ ଯାଇ ଘଟଣା ସମ୍ପର୍କରେ ଲୋକଙ୍କୁ ଜଣାଇବାରୁ ସେମାନେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ମୂମୁର୍ଷ ଅବସ୍ଥାରେ ପଡିଥିବା ନାବାଳିକାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଏବେ ତାଙ୍କ ଚିକିତ୍ସା ଚାଲିଛି। ଋତୁ ଓ ହେମନ୍ତ ଘଟଣା ଘଟାଇ ଖସିବାକୁ ଉଦ୍ୟମ କରୁଥିବା ବେଳେ ସ୍ଥାନୀୟ ଲୋକ ଗୋଡାଇ ଗୋଡାଇ ଉଭୟଙ୍କୁ କାବୁ କରି ନିସ୍ତୁକ ମାଡ ମାରିଥିଲେ। ଖବର ପାଇ ଗୋଳନ୍ଥରା ପୋଲିସ ପହଞ୍ଚତ୍ ଆହତ ଅଭିଯୁକ୍ତ ଦ୍ୱୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା। ସେହିପରରି ଘଟଣାସ୍ଥଳରୁ ରକ୍ତଭିଜା ଇଟା, ପୋଷାକ, ୩ଟି ଦାନ୍ତ, ଚୁଡି ଆଦି ଜବତ କରି ଫରେନ୍‌ସିକ୍‌ ଯାଞ୍ଚ ପାଇଁ ପଠାଇଥିଲା। ପୀଡିତାଙ୍କ ଅଜା ଏନେଇ ଗୋଳନ୍ଥରା ଥାନାରେ ଏତଲା ଦେଇଥିଲେ। ପରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ସହ ପୀଡିତାଙ୍କ ପରିବାରକୁ ଭେଟି ସୁରକ୍ଷା ଯୋଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri