ନାବାଳିକାଙ୍କୁ ଗଣବଳାତ୍କାର: ଜେଲ ଗଲେ ୨ ଅଭିଯୁକ୍ତ

ଗୋପାଳପୁର,୩୧ା୧: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ୭ ବର୍ଷର ନାବାଳିକାଙ୍କୁ ଗଣ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ରବିବାର ଗିରଫ କରିଛି। ସେମାନେ ହେଲେ ଋତୁ ବେହେରା (୩୦) ଓ ହେମନ୍ତ ବେହେରା (୨୬)। ମାମଲା(ନଂ.୨୭/୨୧)ରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ସଦର ଏସ୍‌ଡିପିଓ ଜୟନ୍ତ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଥିବା ଜଣାପଡିଛି।
ପୋଲିସ ସୂଚନା ଅନୁଯାୟୀ, ଗତ ୨୮ ତାରିଖରେ ସମ୍ପୃକ୍ତ ନାବାଳିକା ଓ ତାଙ୍କ ସାନଭାଇ ଗଁା ଶେଷ ମୁଣ୍ଡକୁ ଶୌଚ ପାଇଁ ଯାଉଥିଲେ। ଋତୁ ଓ ହେମନ୍ତ ତାଙ୍କୁ ପିଛା କରିଥିଲେ। ଗଁା ପାର ହୋଇଯିବା ପରେ ସେମାନେ ନାବାଳିକାଙ୍କୁ ଉଠାଇ ନେଇ ନିକଟସ୍ଥ ପରିତ୍ୟକ୍ତ ଓଡିଆର୍‌ପି ଗୃହ ମଧ୍ୟରେ ବଳାତ୍କାର କରିଥିଲେ। ନାବାଳିକା ଜଣକ ଚିତ୍କାର କରିବାରୁ ପାଖରେ ପଡିଥିବା ଏକ ଭଙ୍ଗା ଇଟାରେ ମୁଣ୍ଡ, ମୁହଁ ଓ କାନକୁ ଦୁର୍ବୃତ୍ତମାନେ ଛେଚି ହତ୍ୟା ଉଦ୍ୟମ କରିଥିଲେ। ସାନଭାଇ ଗଁା ଭିତରକୁ ଯାଇ ଘଟଣା ସମ୍ପର୍କରେ ଲୋକଙ୍କୁ ଜଣାଇବାରୁ ସେମାନେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ମୂମୁର୍ଷ ଅବସ୍ଥାରେ ପଡିଥିବା ନାବାଳିକାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଏବେ ତାଙ୍କ ଚିକିତ୍ସା ଚାଲିଛି। ଋତୁ ଓ ହେମନ୍ତ ଘଟଣା ଘଟାଇ ଖସିବାକୁ ଉଦ୍ୟମ କରୁଥିବା ବେଳେ ସ୍ଥାନୀୟ ଲୋକ ଗୋଡାଇ ଗୋଡାଇ ଉଭୟଙ୍କୁ କାବୁ କରି ନିସ୍ତୁକ ମାଡ ମାରିଥିଲେ। ଖବର ପାଇ ଗୋଳନ୍ଥରା ପୋଲିସ ପହଞ୍ଚତ୍ ଆହତ ଅଭିଯୁକ୍ତ ଦ୍ୱୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା। ସେହିପରରି ଘଟଣାସ୍ଥଳରୁ ରକ୍ତଭିଜା ଇଟା, ପୋଷାକ, ୩ଟି ଦାନ୍ତ, ଚୁଡି ଆଦି ଜବତ କରି ଫରେନ୍‌ସିକ୍‌ ଯାଞ୍ଚ ପାଇଁ ପଠାଇଥିଲା। ପୀଡିତାଙ୍କ ଅଜା ଏନେଇ ଗୋଳନ୍ଥରା ଥାନାରେ ଏତଲା ଦେଇଥିଲେ। ପରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ସହ ପୀଡିତାଙ୍କ ପରିବାରକୁ ଭେଟି ସୁରକ୍ଷା ଯୋଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri