ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌

ଫୁଲବାଣୀ,୮ା୧(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରିବା ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ରାଜେଶ ଦାସ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଜରିମାନା ୨୦ ହଜାର ଟଙ୍କା ଏବଂ ଅନାଦେୟ ଅଧିକ ୬ ମାସ ଜେଲ୍‌ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଫୁଲବାଣୀ ଟାଉନ ଥାନା ଅଞ୍ଚଳର ସୁରଥ ବେହେରା। ଏହି ଘଟଣାରେ ଅନ୍ୟତମ ଅଭିଯୁକ୍ତ ଅଗସ୍ତି ବେହେରା ଫେରାର ଅଛନ୍ତି।

ମିଳିଥିବା ସୂଚନାନୁସାରେ, ୨୦୨୦ ନଭେମ୍ବର ୨୮ରେ ସମ୍ପୃକ୍ତ ନାବାଳିକା ଜଣକ ସ୍ଥାନୀୟ ଆଇଟିଆଇ ପାଖରେ ରହୁଥିବା ତାଙ୍କ ସାଙ୍ଗ ଘରକୁ ହୋମ୍‌ଓ୍ବାର୍କ କରିବାକୁ ଯାଉଥିଲେ। ଏହି ସମୟରେ ତାଙ୍କୁ ଚିହ୍ନିଥିବା ସୁରଥ ଏବଂ ଅଗସ୍ତି ଏକ ଗାଡ଼ିରେ ଆସି ଆମେ ଛାଡ଼ି ଦେବୁ କହି ଗାଡ଼ିରେ ବସାଇଥିଲେ। ସେମାନେ ଏକ ହୋଟେଲରେ ଖାଇବା ପରେ ଛାଡ଼ି ଦେବାକୁ କହି ପାଖ ଭେଟଖୋଲ ଘାଟିକୁ ନେଇ ଯାଇଥିଲେ। ନାବାଳିକା ଜଣକ ମୋତେ ଏଠାକୁ କାହିଁ ଆଣିଲ ବୋଲି କହିବାରୁ ତାଙ୍କୁ ଜବରଦସ୍ତ ପାଖ ଜଙ୍ଗଲକୁ ନେଇ ଯାଇଥିଲେ। ସେଠାରେ ଅଗସ୍ତି ନାବାଳିକାଙ୍କୁ ମାଡ଼ି ବସି ଧରିବା ପରେ ସୁରଥ ଜବରଦସ୍ତି ବଳାତ୍କାର କରିଥିଲେ। ଏ ନେଇ କାହାକୁ କହିଲେ ଜୀବନରୁ ମାରି ଦେବାକୁ ଧମକ ଦେବା ସହ ତାଙ୍କୁୁ ଆଣି ଆଇଟିଆଇ ପାଖରେ ଛାଡ଼ି ଚାଲି ଯାଇଥିଲେ। ଡିସେମ୍ବର ୨୪ରେ ନାବାଳିକା ଜଣକ ଏ ନେଇ ତାଙ୍କ ଆଈ ମା’ଙ୍କୁ କହିଥିଲେ। ଘଟଣା ଜାଣିବା ପରେ ନାବାଳିକାଙ୍କ ବାପା ଟାଉନ ଥାନାରେ ଏତଲା ଦେଇଥିଲେ। ପୋଲିସ ଏ ନେଇ ୧୬୬/୨୦ରେ ମାମଲା ରୁଜୁ କରି ଘଟଣା ତଦନ୍ତ ଆରମ୍ଭ କରିଥିଲା। ପରେ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବେଲ୍‌ରେ ଆସିବା ପରେ ଅଗସ୍ତି ଫେରାର ହୋଇ ଯାଇଥିଲେ। ମୋଟ୍‌ ୧୧ ଜଣଙ୍କ ସାକ୍ଷ୍ୟ ପ୍ରମାଣ, ମେଡିକାଲ ରିପୋର୍ଟକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି।

ସେହିପରି ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୧୦ ଲକ୍ଷ ଟଙ୍କା ଦେବାକୁ ଜିଲା ଆଇନ ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri