ନାବାଳିକାଙ୍କୁ ଗଣବଳାତ୍କାର ଘଟଣା: ଜଣେ ଅଟକ

କଟକ ଅଫିସ/ତିର୍ତ୍ତୋଲ (ଡି.ଏନ.ଏ),୧୫ା୧୦: ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ଚାଉଳିଆଗଞ୍ଜ ଥାନା ପୋଲିସ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଅଟକ ରଖିଛି। ସେ ମୁଖ୍ୟ ଅଭିଯୁକ୍ତଙ୍କ ସହଯୋଗୀ ତଥା ସମ୍ପୃକ୍ତ ଚିକେନ୍‌ ସେଣ୍ଟରର ମାଲିକ ବୋଲି ଜଣାପଡ଼ିଛି। ତେବେ ମୁଖ୍ୟ ଅଭିଯୁକ୍ତ ଫେରାର ଅଛନ୍ତି। ତାଙ୍କୁ ଧରିବା ପାଇଁ ଚେଷ୍ଟା ଚାଲିଛି। ଅନ୍ୟପକ୍ଷରେ ଘଟଣାର ତଦନ୍ତ ପାଇଁ ଡିସିପି ପ୍ରତୀକ ସିଂ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି। ଏହି ଟିମ୍‌ ଘଟଣାସ୍ଥଳ ତଥା ସମ୍ପୃକ୍ତ ଚିକେନ ସେଣ୍ଟରକୁ ଯାଇ ଛାନଭିନ୍‌ କରିଛି। ଏଥିସହ ସ୍ଥାନୀୟ ବାସିନ୍ଦାଙ୍କୁ ପଚରାଉଚରା କରାଯାଇଛି। ବୁଧବାର ନାବାଳିକାଙ୍କ ବୟାନ ରେକର୍ଡ ହୋଇଛି। ଖୁବଶୀଘ୍ର ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରାଯିବ ବୋଲି ଥାନାଧିକାରୀ ତାପସ ପ୍ରଧାନ କହିଛନ୍ତି।
ଏହି ସମ୍ବେଦନଶୀଳ ଘଟଣା ଏବେ ସମଗ୍ର ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଯାହାକୁ ନେଇ ରାଜ୍ୟ ରାଜନୀତି ମଧ୍ୟ ସରଗରମ ହେବାରେ ଲାଗିଲାଣି। ଭାଜପା ମହିଳା ମୋର୍ଚ୍ଚା ପ୍ରତିନିଧି ଏ ନେଇ ଡିସିପିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିବା ବେଳେ ତିର୍ତ୍ତୋଲର କଂଗ୍ରେସ ନେତା ହିମାଂଶୁ ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ଚାଇଲ୍ଡଲାଇନ କର୍ମକର୍ତ୍ତାଙ୍କୁ ବସୁନ୍ଧରା ଆଶ୍ରମରେ ଭେଟି ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସେହିପରି ଏହି ଘଟଣାକୁ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ଯୁବ କଂଗ୍ରେସ କମିଟି ଦୃଢ ନିନ୍ଦା କରିଛି। ଏହି କାଣ୍ଡ ଘଟାଇଥିବା ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ଦେବାକୁ କମିଟି ସଭାପତି ବେଦଦ୍ୟୁତି ପୃଷ୍ଟି ଦାବି କରିଛନ୍ତି। ସେ କହିଛନ୍ତି ଯେ, ଏପରି ଘଟଣା ଜାଣି ନ ପାରିବା କମିଶନରେଟ୍‌ ପୋଲିସର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସମ୍ପୃକ୍ତ ଯୁବତୀଙ୍କୁ ନ୍ୟାୟ ପ୍ରଦାନ ସହ ତାଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ ସେ ଦାବି କରିଛନ୍ତି। ନଚେତ କଂଗ୍ରେସ ରାସ୍ତାକୁ ଓହ୍ଲାଇବ ବୋଲି ପୃଷ୍ଟି କହିଛନ୍ତି। ସୂଚନାଥାଉ କି, ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅଞ୍ଚଳର ସମ୍ପୃକ୍ତ ନାବାଳିକା ନିଜ ଘରକୁ ଫେରିବା ପାଇଁ କଟକ ଓଏମ୍‌ପି ଛକରେ ବସ୍‌କୁ ଅପେକ୍ଷା କରିଥିଲେ। ଏହି ସମୟରେ ତାଙ୍କୁ ଘରେ ପହଞ୍ଚାଇ ଦେବାକୁ କହି ଜଣେ ଯୁବକ ସାଙ୍ଗରେ ନେଇଥିଲେ। ଗତିରାଉତପାଟଣା ପାଖରେ ଉକ୍ତ ଯୁବକ ଓ ତାଙ୍କ ସହଯୋଗୀ ତାଙ୍କୁ ବଳପୂର୍ବକ ଅପହରଣ କରିନେଇ ଏକ ଚିକେନ ଫାର୍ମରେ ୨୨ଦିନ ରଖି ବଳାତ୍କାର କରିଥିବା ଚାଇଲ୍ଡଲାଇନ ପକ୍ଷରୁ ଚାଉଳିଆଗଞ୍ଜ ଥାନାରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri