ନାବାଳିକାଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡାଦେଶ

ଯାଜପୁର ଟାଉନ,୨୩ା୩(ଡି.ଏନ.ଏ.): ଜଣେ ୪ର୍ଥ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ସ୍କୁଲ୍‌ ରାସ୍ତାରୁ ଅପହରଣ କରି ନେଇ ବଳାତ୍କାର କରିଥିବା ମାମଲାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ୨୦ଜେଲ ଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଜରିମାନା ଆଦାୟ ନିର୍ଦ୍ଦେଶ ହୋଇଛି। ମାମଲାରେ ମୋଟ୍‌ ୨୦ଜଣ ସାକ୍ଷୀଙ୍କ ସାକ୍ଷ ଓ ବୟାନକୁ ଆଧାର କରି ଯାଜପୁର ଜିଲା ଅତିରିକ୍ତ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ଜାନକୀ ବିଶ୍ୱାଳ ଏହି ରାୟ ଶୁଣାଇଛନ୍ତି।
୨୦୧୯ ଅକ୍ଟୋବର ୩୧ରେ ପାଣିକୋଇଲି ଥାନା ଅଞ୍ଚଳର ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀ (୯ବର୍ଷ) ଖେଳଛୁଟିରେ ଘରକୁ ଆସି ମଧ୍ୟାହ୍ନଭୋଜନ ସାରି ସ୍କୁଲକୁ ଫେରୁଥିଲେ। ଏହି ସମୟରେ ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ମଲିକ (୪୦) ଛାତ୍ରୀ ଜଣକୁ ରାସ୍ତାରୁ ଉଠାଇ ନେଇ ନିଜ ଘରେ ବଳାତ୍କାର କରିଥିଲେ। ଏ ସମ୍ପର୍କରେ କାହାରିକୁ ଜଣାଇଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏଣୁ ଭୟରେ ପୀଡ଼ିତା ଏ ଘଟଣାକୁ କେଉଁଠି ପ୍ରକାଶ କରି ନ ଥିଲେ। ତେବେ ଘଟଣାର ପରଦିନ ଅର୍ଥାତ୍‌ ୧ା୧୧ା୧୯ରେ ପୀଡ଼ିତାଙ୍କ ଶରୀରରେ ଯନ୍ତ୍ରଣା ହେବାରୁ ବାଧ୍ୟ ହୋଇ ସମସ୍ତ ଘଟଣା ବିଷୟରେ ଘର ଲୋକଙ୍କୁ ଜଣାଇଥିଲା। ଏହି ଘଟଣାକୁ ନେଇ ପୀଡ଼ିତାଙ୍କ ବାପା ପାଣିକୋଇଲି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ପୀଡ଼ିତାଙ୍କ ପକ୍ଷରୁ ସରକାରୀ ଓକିଲ ରାଜୀବ ମହାନ୍ତି ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri