ଅପହରଣ ପରେ ନାବାଳିକାଙ୍କୁ ବଳାତ୍କାର

କଟକ ଅଫିସ,୧୪ା୧୦:ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ୨୨ଦିନ ଧରି ବଳାତ୍କାର କରାଯାଇଛି। ୨ଜଣ ଯୁବକ ସମ୍ପୃକ୍ତ ନାବାଳିକାଙ୍କୁ ରାସ୍ତାରୁ ଅପହରଣ କରିନେଇ ଏକ ଚିକେନ ଫାର୍ମରେ ରଖି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଚାଉଳିଆଗଞ୍ଜ ଥାନା ଅଧୀନ ଗତିରାଉତପାଟଣା ଅଞ୍ଚଳରେ ଏହି ଘଟଣା ଘଟିଛି। ପୋଲିସ ଉକ୍ତ ନାବାଳିକାଙ୍କୁ ଉଦ୍ଧାର କରି ଚାଇଲ୍ଡଲାଇନକୁ ହସ୍ତାନ୍ତର କରିଛି। ଏ ନେଇ ଚାଇଲ୍ଡଲାଇନ ପକ୍ଷରୁ ଚାଉଳିଆଗଞ୍ଜ ଥାନାରେ ଏତଲା ରୁଜୁ ପରେ ଘଟଣାର ତଦନ୍ତ ଆରମ୍ଭ ହୋଇଛି।
ସମ୍ପୃକ୍ତ ନାବାଳିକାଙ୍କ ଘର ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଅଞ୍ଚଳରେ ହୋଇଥିବାବେଳେ ପାରିବାରିକ କଳହକୁ ନେଇ ସେ ଏକ ମାସ ତଳେ କଟକରେ ରହୁଥିବା ବଡ଼ ଭଉଣୀଙ୍କ ଘରକୁ ଚାଲି ଆସିଥିଲେ। ତେବେ ସେଠାରେ ତାଙ୍କୁ ରହିବାକୁ ବଡ଼ ଭଉଣୀ ମନା କରି ଘରକୁ ଯିବା ପାଇଁ କହିଥିଲେ। ସେ ଘରକୁ ଫେରିବା ପାଇଁ ଓଏମ୍‌ପି ଛକରେ ବସ୍‌କୁ ଅପେକ୍ଷା କରିଥିଲେ। ଏହି ସମୟରେ ଜଣେ ଯୁବକ ଆସି ନାନା ପ୍ରଲୋଭନ ଦେଖାଇ ତାଙ୍କୁ ବାଦାମବାଡ଼ିକୁ ନେଇଯାଇଥିଲେ। ତେବେ ଘରକୁ ଯିବା ପାଇଁ ନାବାଳିକା ବ୍ୟସ୍ତ ହେବାରୁ ସେ ତାଙ୍କୁ ସାଙ୍ଗରେ ଧରି ଜଗତସିଂହପୁର ବାହାରିଥିଲେ। ମାତ୍ର ଗତିରାଉତପାଟଣା ନିକଟରେ ବଳପୂର୍ବକ ଏକ ଚିକେନ୍‌ ସେଣ୍ଟରକୁ ନେଇଯାଇଥିଲେ। ଚିକେନ ସେଣ୍ଟରଟି ଉକ୍ତ ଯୁବକଙ୍କ ସାଙ୍ଗଙ୍କର ବୋଲି କୁହାଯାଉଛି। ପରେ ଦୁଇଜଣ ସାଙ୍ଗ ନାବାଳିକାଙ୍କୁ ବଳାତ୍କାର କରିବା ସହିତ ଭିଡିଓ ରେକର୍ଡିଂ କରିଥିଲେ। ସୋମବାର ନାବାଳିକାଜଣଙ୍କ କୌଶଳକ୍ରମେ ସେଠାରୁ ଖସି ଆସି ଗତିରାଉତପାଟଣା ହନୁମାନ ମନ୍ଦିର ପାଖରେ ବସିଥିଲେ। ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବାରୁ ଚାଉଳିଆଗଞ୍ଜ ଥାନାଧିକାରୀ ତାପସ ପ୍ରଧାନ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ଏହାପରେ ତାଙ୍କୁ ଚାଇଲ୍ଡଲାଇନକୁ ହସ୍ତାନ୍ତର କରାଯାଇଥିଲା। ଜିଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷା ମନ୍ଦାକିନୀ ଜେମାଙ୍କ ନିକଟରେ ପୀଡ଼ିତାଙ୍କୁ ଉପସ୍ଥାପନ କରାଯିବା ସହିତ ବୟାନ ରେକର୍ଡ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri